ଓଡିଶା ବୁଣାକାରଙ୍କ ପାଇଁ ସ୍ବତନ୍ତ୍ର ପ୍ୟାକେଜ
ଭୁବନେଶ୍ୱର: ରାଜ୍ୟର ବୁଣାକାରମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସ୍ଵତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି ।
ରାଜ୍ୟରେ କୃଷି ପରେ ହସ୍ତତନ୍ତ ହିଁ ଗ୍ରାମାଞ୍ଚଳରେ ସର୍ବାଧିକ ଲୋକଙ୍କୁ ନିଯୁକ୍ତି ଯୋଗାଇଥାଏ । ବର୍ତ୍ତମାନ ରାଜ୍ୟର ଲକ୍ଷାଧିକ ଲୋକ ହସ୍ତତନ୍ତ ଉପରେ ନିର୍ଭର କରନ୍ତି। ବୁଣାକାରମାନେ ସେମାନଙ୍କ ଦକ୍ଷତା ଦ୍ବାରା ଓଡିଶାର ମହାନ ସାଂସ୍କୃତିକ ପରମ୍ପରାକୁ ହସ୍ତତନ୍ତ ଜରିଆରେ ସାରା ବିଶ୍ବରେ ଉପସ୍ଥାପନ କରିଆସୁଛନ୍ତି ଏବଂ ଓଡିଶାର ତିଆରି ହସ୍ତତନ୍ତର ମଧ୍ୟ ବିଶେଷ ଚାହିଦା ରହିଛି ।
କିନ୍ତୁ ମହାମାରୀ କୋଭିଡ ପରିପ୍ରେକ୍ଷୀରେ ଗତ ଦୁଇବର୍ଷରେ ହସ୍ତତନ୍ତ ବ୍ୟବସାୟ ଗଭୀର ଭାବରେ ପ୍ରଭାବିତ ହୋଇଛି ଏବଂ ଆମର ହଜାର ହଜାର ବୁଣାକାର ମାନଙ୍କ ରୋଜଗାରରେ ମଧ୍ୟ ହ୍ରାସ ଘଟିଛି ।
ଏହି ପ୍ୟାକେଜରେ concrete ହୋଇନଥିବା ୧୫,୦୦୦ loom pit କୁ ପର୍ଯ୍ୟାୟକମେ ଆଗାମୀ ତିନି ବର୍ଷରେ କଂକ୍ରିଟ କରାଯିବ । ପ୍ରତି loom pit କଂକ୍ରିଟ ପାଇଁ ୭୦୦୦ ଟଙ୍କା ଲେଖାଏ ଖର୍ଚ୍ଚ କରାଯିବ।
ସୂଚନାଯୋଗ୍ୟ ଯେ ରାଜ୍ୟର ୩୧,୩୪୨ଟି loom pit ମଧ୍ୟରୁ ଏପର୍ଯ୍ୟନ୍ତ ୧୫,୦୭୧ଟି loom pit କୁ କଂକ୍ରିଟ କରାଯାଇଛି ।
ସେହିପରି ୩୦୦୦ ବୁଣାକାର ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ପ୍ୟାକେଜ ଅଧିନରେ ପ୍ରାଥମିକତା ଭିତ୍ତିରେ House-cum-Work shed ଯୋଗାଇ ଦିଆଯିବ । ସୂଚନାଯୋଗ୍ୟ ଯେ ଏ ପର୍ଯ୍ୟନ୍ତ 11695ଟି House-cum-Work shed ବୁଣାକାର ପରିବାରକୁ ଯୋଗାଇ ଦିଆଯାଇଛି । ଲୁଗାବୁଣା ଏବଂ କୁଟୀର ଶିଳ୍ପ ଉତ୍ପାଦନ ପ୍ରକ୍ରିୟାରେ ପରିବାରର ସଦସ୍ୟମାନେ ମଧ୍ୟ ସହଯୋଗ କରିଥାନ୍ତି।
ସେହିପରି ଡିଜାଇନ ପ୍ରସ୍ତୁତି ମଧ୍ୟ ଏକ ଜଟିଳ ପ୍ରକ୍ରିୟା। ତେଣୁ ବୁଣାକାର ମାନଙ୍କ ଆଖି ଉପରେ ଯେପରି ବିଶେଷ ଚାପ ନ ପଡିବ ଏବଂ ସେମାନେ ଦୀର୍ଘ ସମୟ କାମ କରିପାରିବେ, ସେଥିପାଇଁ ସେମାନଙ୍କୁ ଏହି ଯୋଜନା ରେ ବିଜୁଳି ଆଲୁଅ ଓ ବିଜୁଳି ପଙ୍ଖା ଯୋଗାଇ ଦିଆଯିବ।
ସମସ୍ତ ଯୋଗ୍ୟ ବୁଣାକାର ପରିବାର କୁ ଅଗ୍ରାଧିକାର ଭିତ୍ତିରେ ବାସଗୃହ ଯୋଗାଇ ଦେବା ପାଇଁ ନିଷ୍ପତ୍ତି କରାଯାଇଛି ।ପଞ୍ଚାୟତ ରାଜ ବିଭାଗ ର guideline ଅନୁସାରେ ଏଥିପାଇଁ ହିତାଧିକାରୀ ଚୟନ କରାଯିବ।
ଏହି ପ୍ୟାକେଜ ରେ ବୁଣାକାର ମାନେ ଯେପରି ସୁବିଧା ରେ ଋଣ ପାଇ ପାରିବେ ତା ଉପରେ ଗୁରୁତ୍ୱ ଦିଆଯାଇଛି । ବୁଣାକାର ମାନଙ୍କୁ ପଚାଶ ହଜାର ଟଙ୍କା ପର୍ଯ୍ୟନ୍ତ ଋଣ ବିନା ସୁଧରେ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ବୁଣାକାର ମାନଙ୍କର ଉତ୍ପାଦନ ସାମଗ୍ରୀ ରଖିବା ନିମନ୍ତେ ବିଭିନ୍ନ ଗୋଷ୍ଠୀ ଭିତ୍ତିଭୂମି ଯଥା – CFC, ଗୋଦାମ ଓ ବିକ୍ରୟ କେନ୍ଦ୍ର ଆଦି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଜରିଆରେ କରାଯିବ।