ଭୁବନେଶ୍ୱର: ଭୁବନେଶ୍ୱର ରେ କୋଭିଡ଼ ମହାମାରୀ ର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ,ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିରୁ ଆଉ କୋଡ଼ିଏ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ସୂଚନାଯୋଗ୍ୟ ଯେ ପୂର୍ବ ରୁ ଏଥିପାଇଁ ଭୁବନେଶ୍ୱର ମହାନଗର ନିଗମ କୁ 77 କୋଟି ଟଙ୍କା ଦିଆଯାଇଛି ।
ଭୁବନେଶ୍ୱର ରେ ରାଜ୍ୟର ସର୍ବାଧିକ କୋଭିଡ଼ ହସ୍ପିଟାଲ ରହିଛି ଏବଂ ଚିକିତ୍ସିତ ରୋଗୀଙ୍କ ସଖ୍ୟା ମଧ୍ୟ ଏଠାରେ ସର୍ବାଧିକ। ଚିକିତ୍ସା ପାଇଁ ରାଜ୍ୟର ବିଭିନ୍ନ ଅଞ୍ଚଳରୁ କୋଭିଡ଼ ରୋଗୀ ଭୁବନେଶ୍ୱରକୁ ଆସିଥାନ୍ତି । ତେଣୁ ଭୁବନେଶ୍ୱର ର ଆବଶ୍ୟକତା କୁ ଦୃଷ୍ଟିରେ ରଖି ଏହି ଅର୍ଥ ମଞ୍ଜୁର କରାଯାଇଛି ।