Connect with us

ଭୁବନେଶ୍ବର:

   ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବ୍ରହ୍ମପୁରରେ ଦୁଇଟି କୋଭିଡ ହସ୍‌ପିଟାଲ (୧୫୦+୧୫୦) ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଗଞ୍ଜାମ ଜିଲ୍ଲାରେ ସଂକ୍ରମଣ ହାର କ୍ରମାଗତ ଭାବରେ କମୁଛି। ଗଞ୍ଜାମରେ ଆରୋଗ୍ୟ ହାର ଜାତୀୟ ହାର ଠାରୁ ଅଧିକ ରହିଛି ଏବଂ ଜିଲ୍ଲାର ୮୫ ପ୍ରତିଶତ ଗ୍ରାମାଞ୍ଚଳ ସବୁଜ ଅଞ୍ଚଳରେ ରହିଛି। କିନ୍ତୁ ଯେପର୍ଯ୍ୟନ୍ତ ଟୀକା ବା ନିର୍ଦ୍ଦିଷ୍ଟ ଚିକିତ୍ସା ପଦ୍ଧତ୍ତି ନ ବାହାରିଛି ଏହି ମହାମାରୀ ବିରୁଦ୍ଧରେ ଫଳପ୍ରଦ ଲଢେଇର ଏକମାତ୍ର ଉପାୟ ହେଉଛି ମାସ୍କର ବ୍ୟବହାର, ସାମାଜିକ ଦୂରତ୍ବ ଓ ସରକାରଙ୍କ କୋଭିଡ ନିୟମାବଳୀର ପାଳନ । ତେଣୁ ବର୍ତ୍ତମାନ ପରିସ୍ଥିତିରେ ଆତ୍ମସନ୍ତୋଷର କୌଣସି ସ୍ଥାନ ନାହିଁ । ଜନସାଧାରଣ କୋଭିଡ ନିୟମାବଳୀକୁ ହାଲକା ଭାବରେ ନ ନେଇ ଏହାର ଗୁରୁତ୍ବକୁ ଭଲ ଭାବରେ ବୁଝନ୍ତୁ । ନିଜର ଏବଂ ନିଜ ପରିବାରର ସୁରକ୍ଷା ଦୃଷ୍ଟିରୁ ସବୁ କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ  ଏହି ଅବସରରେ ନିବେଦନ କରିଥିଲେ। ଗହଳିକୁ ନ ଯିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ପରାମର୍ଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଅନଲକ ୧.0 ପରେ ଦେଶର ହଟସ୍ପଟ ଅଞ୍ଚଳରୁ   ଆମର ଭାଇଭଉଣୀମାନେ ଘରକୁ ଫେରିଛନ୍ତି।   ଆମର କୋଭିଡ ଯୋଦ୍ଧା ମାନଙ୍କର ତ୍ୟାଗ, ନିଷ୍ଠା ଏବଂ ଗଞ୍ଜାମର ଜନସାଧାରଣଙ୍କର ସହଯୋଗ ଯୋଗୁ ଗଞ୍ଜାମ ଜିଲ୍ଲା ଏହି ମହାମାରୀ ବିରୁଦ୍ଧରେ ସଫଳତାର ସହ ଲଢେଇ ଜାରି ରଖିଛି । ଏଥିପାଇଁ ଜିଲ୍ଲା ପ୍ରଶାସନକୁ ଏବଂ ଗଞ୍ଜାମର ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ । କରୋନା ମହାମାରୀ କବଳରୁ ଲୋକମାନଙ୍କ ଜୀବନରକ୍ଷା ନିମନ୍ତେ ସରକାର ସବୁପ୍ରକାର ଉଦ୍ୟମ ଜାରି ରଖିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ରାଜ୍ୟର ପ୍ରତିବଦ୍ଧତା ପ୍ରକାଶ କରିଥିଲେ।
ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସାମାଜିକ ଦୂରତ୍ବ ନିୟମକୁ କଡାକଡି ଭାବରେ ପାଳନ କରିବାକୁ ଗୁରୁତ୍ବ ଦେଇଥିଲେ। ବ୍ରହ୍ମପୁରର ଏହି ଦୁଇଟି ହସ୍‌ପିଟାଲ ଜିଲ୍ଲାର ରୋଗୀଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାରେ ସହାୟକ ହେବ ବୋଲି ଜଂଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଆଶାପ୍ରକାଶ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବ୍ରହ୍ମପୁରର ସାସଂଦ ଚନ୍ଦ୍ରଶେଖର ସାହୁ, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା ଯୋଗ ଦେଇଥିଲେ ।   ଗଞ୍ଜାମ ଜିଲ୍ଲାପାଳ ସ୍ବାଗତ ଭାଷଣ ଦେଇଥିଲେ । ବ୍ରହ୍ମପୁର ମ୍ୟୁନିସ୍‌ପାଲ କମିଶନର ଧନ୍ୟବାଦ ଅର୍ପଣ କରିଥିଲେ।
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା, ଉନ୍ନୟନ କମିଶନର, ଅତିରିକ୍ତ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ କମିଶନର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଏବଂ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।
ସୂଚନାଯୋଗ୍ୟ ଯେ ବ୍ରହ୍ମପୁରର କନିଷି ଠାରେ ଥିବା ଅମିତ୍‌ ହସ୍‌ପିଟାଲରେ କଟକର ଅଶ୍ବିନୀ ହସ୍‌ପିଟାଲ ପକ୍ଷରୁ ଏହି ୧୫୦ ଶଯ୍ୟାବିଶିଷ୍ଟ କୋଭିଡ ହସ୍‌ପିଟାଲ ସ୍ଥାପନ କରାଯାଇଥିବାବେଳେ ଏଥିରେ ୨୪ଟି ICU ବେଡ୍ ରହିଛି। ସେହିପରି MKCG ହସ୍‌ପିଟାଲର ଶିଶୁ ୱାର୍ଡରେ ନୂଆ କୋଭିଡ ହସ୍‌ପିଟାଲ ଆରମ୍ଭ କରାଯାଇଛି । ଏଥିରେ ମଧ୍ୟ ୧୫୦ଟି ଶଯ୍ୟା ରହିଛି ଏବଂ ୨୪ଟି ICU ବେଡ୍ ଅଛି। ପୂର୍ବରୁ ବ୍ରହ୍ମପୁରର ଶିତଳାପଲ୍ଲୀଠାରେ ଟାଟା କୋଭିଡ ହସ୍‌ପିଟାଲରେ ଚିକିତ୍ସା ଜାରି ରହିଛି ।

Continue Reading
Click to comment

Leave a Reply

Your email address will not be published. Required fields are marked *

National

ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

Published

on

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚିତ କରିଛନ୍ତି । ଏହାର ଟ୍ୟାଗଲାଇନ ରହିଛି ‘ଭାଷା ହିଁ ଭବିଷ୍ୟତ’। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭାଷା ସମ୍ମିଳନୀର ବିପୁଳ ସଫଳତା କାମନା କରିଛନ୍ତି । ସୂଚନାଯୋଗ୍ୟ ଯେ ଏହି ସମ୍ମିଳନୀ ଆସନ୍ତା ଫେବୃଆରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଛି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବୁଦ୍ଧିଜୀବୀ, ଗବେଷକ, ବିଦ୍ୱାନ୍‍ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ମତ ବିନିମୟ ପାଇଁ ଏହି ସମ୍ମିଳନୀ ଏକ ସୁନ୍ଦର ମଞ୍ଚ ଭାବେ କାର୍ଯ୍ୟ କରିବ ବୋଲି ମୁଁ ଆଶା କରୁଛି।

ସେ କହିଛନ୍ତି ଯେ ଆଧୁନିକ ଭାରତବର୍ଷରେ ଓଡ଼ିଶା ହେଉଛି ପ୍ରଥମ ଭାଷାଭିତ୍ତିକ ରାଜ୍ୟ । ଓଡ଼ିଆ ଭାଷା ଅନ୍ୟତମ ଶାସ୍ତ୍ରୀୟ ଭଷାର ମାନ୍ୟତା ଲାଭକରି ଆମ ମାଟି ଏବଂ ଭାଷାର ଗୌରବ ବୃଦ୍ଧି କରିଛି । ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ବିସ୍ତୃତ ଆଲୋଚନା ସହିତ ଏହାର ପ୍ରଚାର-ପ୍ରସାର ପାଇଁ ଲକ୍ଷ୍ୟ ନିର୍ଦ୍ଧାରଣ ନିମନ୍ତେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଆୟୋଜନ ।

ସେ ପୁଣି କହିଛନ୍ତି ଯେ ଏକ ସ୍ୱତନ୍ତ୍ର ଐତିହ୍ୟର ଶକ୍ତିଶାଳୀ ବାହକ ଭାବରେ ଆମ ଭବିଷ୍ୟତ ପିଢ଼ିଙ୍କ ପାଖରେ କିପରି ଓଡ଼ିଆ ଭାଷାର ଆଦର ବଢ଼ିବ ଏବଂ ଆଧୁନିକ ଜ୍ଞାନକୌଶଳ ଜରିଆରେ ଆମ ଭାଷା କିପରି ଆଗକୁ ବଢ଼ିପାରିବ ସେ ସମ୍ପର୍କରେ ବିଚାର- ବିମର୍ଷ କରି ଭବିଷ୍ୟତ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯିବ ।

Continue Reading

National

ସୁଜାତାଙ୍କ ହୋଇପାରେ ସିଏମଓରେ ପ୍ରବେଶ

Published

on

ଭୁବନେଶ୍ୱର: ବରିଷ୍ଠ ଆଇଏସ ଅଧିକାରୀ ସୁଜାତା ପାଣ୍ଡିଆନଙ୍କ ହୋଇପାରେ ସିଏମଓରେ ପ୍ରବେଶ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭି କେ ପାଣ୍ଡିଆନଙ୍କ ଆଇଏସ ସେବାରୁ ଇସ୍ତଫା ଦେବାପରେ ଏବଂ ତୁରନ୍ତ ପରବର୍ତ୍ତୀ କାଳରେ କ୍ୟାବିନେଟ ମନ୍ତ୍ରୀ ପଦବୀରେ ନିଯୁକ୍ତି ଏବଂ ବିଜେଡିରେ ଯୋଗ ଦେବାପରେ ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ପଦ ଖାଲି ପଡ଼ିଛି। ଏହି ଗୁରୁତ୍ୱପୂର୍ଣ୍ଣ ପଦବୀ କାହାକୁ ମିଳିବ ତାହା ନେଇ ଅନେକ କଳ୍ପନା ଜଳ୍ପନା ରାଜ୍ୟ ପାୱାର କରିଡରରେ ଚାଲିଛି।

ତେବେ ଯେତେ ଦୂର ସମ୍ଭବ ଏହି ସଂବେଦନଶୀଳ ପଦବୀ ପାଣ୍ଡିଆନଙ୍କ ପତ୍ନୀ ତଥା ମିଶନ ଶକ୍ତି ସଚିବ ସୁଜାତା ରାଉତଙ୍କୁ ଏହି ପଦବୀ ମିଳିପାରେ। ସୁଜାତଙ୍କ ସହ ମୁଖ୍ୟମନ୍ତ୍ରୀ ସହଜ ଅନୁଭବ କରିପାରିବେ। ଏହି ପଦବୀ ପାଇଁ ଏସି ଓ ଏଷ୍ଟି ବିଭାଗ ସଚିବ ରୁପା ରୋସନ ସାହୁଙ୍କ ନାମ ବି ବିଚାରରେ ଅଛି।

Continue Reading

National

ସରକାରୀ କର୍ମଚାରୀ ମାନଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

Published

on

ଭୁବନେଶ୍ୱର: ରାଜ୍ୟର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶିର ପରିମାଣରେ ବୃଦ୍ଧି କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ।

ଏହି ନିଷ୍ପତ୍ତି ଅନୁଯାୟୀ ଦାୟିତ୍ବ ପାଳନ ସମୟରେ କର୍ମଚାରୀ ମାନଙ୍କ ମୃତ୍ୟୁ ଘଟିଲେ ସେ କ୍ଷେତ୍ରରେ ସହାୟତା ରାଶିର ପରିମାଣକୁ ବର୍ତ୍ତମାନର ୪ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିପରି ଆଘାତ ଯୋଗୁ ସ୍ଥାୟୀ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୨ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ଏବଂ ଆଂଶିକ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୧ ଲକ୍ଷ ଟଙ୍କାରୁ ୨ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions