Connect with us

ତିର୍ତୋଲ ୨୪/୪ : ତିର୍ତୋଲ ନିର୍ବାଚନମଣ୍ଡଳୀରେ କଂଗ୍ରେସ ପକ୍ଷରୁ ପ୍ରଚାରକୁ ଜୋରଦାର କରାଯାଇଛି । ତିର୍ତୋଲରୁ ଦେବୀ ପ୍ରସାଦ ମଲ୍ଲିକ କଂଗ୍ରେସ ପ୍ରାର୍ଥୀ ହୋଇଥିବାବେଳେ ତାଙ୍କ ଭଉଣୀ ପ୍ରତିମା ମଲ୍ଲିକ ଜଗତସିଂହପୁର ସାଂସଦ ପ୍ରାର୍ଥୀ ହୋଇଛନ୍ତି । ଉଭୟ ଭାଇ-ଉଉଣୀ ନିର୍ବାଚନମଣ୍ଡଳୀରେ ପ୍ରଚାରକୁ ଜୋରଦାର କରିଛନ୍ତି । ଉଭୟେ ଏହି ନିର୍ବାଚନରେ ଭଲ କରିବେ ବୋଲି ଆଶା ରଖିଛନ୍ତି ।
ସେପଟେ, ଆଳି ନିର୍ବାଚନ ମଣ୍ଡଳୀରେ ପ୍ରଚାର ସରଗରମ । ତିନି ପ୍ରମୁଖ ଦଳର ପ୍ରାର୍ଥୀ ନିଜ ନିଜ ସମର୍ଥକଙ୍କ ସହ ପ୍ରଚାର କରିଛନ୍ତି ପ୍ରାର୍ଥୀ । ବିଜେଡି ବିଧାୟକ ପ୍ରାର୍ଥୀ ପ୍ରତାପ ଦେବ, ସାଂସଦ ପ୍ରାର୍ଥୀ ଅନୁଭବ ମହାନ୍ତି ରୋଡ ସୋ କରିବା ସହ ଘର ଘର ବୁଲି ଭୋଟ୍ ମାଗୁଛନ୍ତି । ସେହିପରି କଂଗ୍ରେସ ବିଧାୟକ ପ୍ରାର୍ଥୀ ଦେବେନ୍ଦ୍ର ଶର୍ମା ନିଜ ସମର୍ଥକଙ୍କ ସହ ପ୍ରଚାର କରିଛନ୍ତିି । ବିଜେପି ବିଧାୟକ ପ୍ରାଥୀ ମଧ୍ୟ ନିଜ ନିଜ ସମର୍ଥକଙ୍କ ଧରି ପ୍ରଚାରକୁ ଜୋରଦାର କରିଛନ୍ତି । ଆସନ୍ତା ୨୯ତାରିଖରେ ଏହି ନିର୍ବାଚନମଣ୍ଡଳୀରେ ଭୋଟ ଗ୍ରହଣ ହେବ ।
ସେହିପରି ଜଗତସିଂହପୁର ଲୋକସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କାକଟପୁର ନିର୍ବାଚନମଣ୍ଡଳୀରେ ପ୍ରଚାର ଜୋରଦାର ହୋଇଛି । କାକଟପୁରକୁ ହାତେଇବା ପାଇଁ ପ୍ରଚାରକୁ ଜୋରଦାର କରିଛି ବିଜେପି । ଏଠାରୁ ଦଳରୁ ଲଢୁଛନ୍ତି ରବି ମଲ୍ଲିକ । ବିଜେଡିରୁ ତୁଷାରିକାନ୍ତି ବେହେରା ଲଢୁଥିବାବେଳେ କଂଗ୍ରେସରୁ ପ୍ରାର୍ଥୀ ହୋଇଛନ୍ତି ବିଶ୍ୱଭୂଷଣ ଦାସ । ସାଇକେଲ ରାଲି ଓ ରୋଡ ସୋ ମାଧ୍ୟମରେ ବିଜେପି ଏଠାରେ ପ୍ରଚାର ଚଳାଇଛି ।
ବାଲିକୁଦା-ଏରସମା ନିର୍ବାଚନମଣ୍ଡଳୀରେ ମଧ୍ୟ ପ୍ରଚାର ଜମିବାରେ ଲାଗିଛି । ଏଠାରେ ବିଜୁ ଜନତା ଦଳର ବିଧାନସଭା ପ୍ରାର୍ଥୀ ରଘୁନନ୍ଦନ ଦାସ, କଂଗ୍ରେସରୁ ଲଲାଟେନ୍ଦୁ ମହାପାତ୍ର ଓ ବିଜେପିରୁ ଲଢୁଛନ୍ତି ଦାମୋଦର ରାଉତ ।

Nation

ଯୋଗୀଙ୍କୁ ମିଳୁନି ମୋଦିଙ୍କ ଦେଖା

Published

on

ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନ ଅଭିମୁଖୀ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଅଦିତ୍ୟନାଥଙ୍କୁ ମିଳୁନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦେଖା।

ଗତ ମାସରେ ପ୍ରଧାନମନ୍ତ୍ରୀଙ୍କୁ ଏକା ଏକା ଭେଟିବା ପାଇଁ ଯୋଗୀ ଅତି କମରେ ତିନି ତିନି ଥର ଅନୁରୋଧ କରିଥିଲେ ମଧ୍ୟ ତାଙ୍କୁ ସେ ସୁଯୋଗ ମିଳି ନଥିଲା।

ରାଜ୍ୟ ମନ୍ତ୍ରମଣ୍ଡଳରେ କଂଗ୍ରେସରୁ ଆସି ବିଜେପିରେ ଯୋଗ ଦେଇଥିବା ଜିତିନ ପ୍ରସାଦ ଏବଂ ସଞ୍ଜୟ ନିଷ।ଦଙ୍କୁ ସାମିଲ କରିବା ସମ୍ପର୍କରେ ଆଲୋଚନା ପାଇଁ ଯୋଗୀ ମୋଦିଙ୍କୁ ଏକା ଏକା ଭେଟିବାକୁ ଚାହୁଁଥିଲେ।

ସେ ଯାହା ହେଉ ଯୋଗୀ ମନ୍ତ୍ରିମଣ୍ଡଳର ସଂପ୍ରସାରଣ କରି ଏହି ଦୁଇ ନେତାଙ୍କୁ ଏବେ ମନ୍ତ୍ରୀ କରିଛନ୍ତି।

Continue Reading

ରାଜନୀତି

ୱ।ଇଏସଆର କଂଗ୍ରେସ ଏମପି କ୍ରିଷ୍ଣ ରାଜୁ ଏବେ ଅଛୁଆଁ

Published

on

ନୂଆଦିଲ୍ଲୀ: ୱ।ଏସ ଆର କଂଗ୍ରେସର ଅସନ୍ତୁଷ୍ଟ ନେତା କେ ରଘୁ ରାମ କ୍ରିଷ୍ଣ ରାଜୁ ଏବେ ଦଳରେ ଅଛୁଆଁ ହୋଇ ପଡିଛନ୍ତି। ଏପରିକି ତାଂକ ହାତରୁ ଖାଇବାକୁ ମଧ୍ୟ ଦଳୀୟ ନେତାମାନେ ସଂକୋଚ ବୋଧ କରୁଛନ୍ତି। ଦଳର ନେତାମାନେ ତାଂକ ସହିତ କଥା ବି ହେଉ ନାହାନ୍ତି।

ଅତ୍ୟନ୍ତ ମେଳାପୀ ରାଜୁ ଆଗରୁ ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ନିଜ ଦଳର, ଶାସକ ଦଳର ଏବଂ ବିରୋଧୀ ଦଳର ଏମପିମାନକୁ ମିଠା ଜଳଖିଆ ଖୁଆଇ ରାଜୁ ବେଶ ଲୋକପ୍ରିୟ ଥିଲେ।

ହେଲେ ଆଜିକାଲି ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ତାଙ୍କ ମିଠା ଜଳଖିଆ ଆଉ ୱ।ଇଏସଆର କଂଗ୍ରେସ ଏମପିମାନେ ଖାଉ ନାହାନ୍ତି।

ୱ।ଇଏସଆର କଂଗ୍ରେସର ଏମପିମାନେ ଦଳର ସୁପ୍ରିମୋ ଜଗନ ରେଡ୍ଡୀଙ୍କ କ୍ରୋଧର ଶିକାର ହେବାକୁ ଚାହୁଁ

 

Continue Reading

ରାଜନୀତି

ବଜେପି ପ୍ରାକ୍ତନ ମୁଖପାତ୍ର ରାମ ମାଧବ ଏବେ ବହି ଲେଖୁଛନ୍ତି

Published

on

ନୂଆଦିଲ୍ଲୀ: ବିଜେପିର ପୂର୍ବତନ ଜାତୀୟ ସାଧାରଣ ସମ୍ପାଦକ ରାମ ମାଧବ ବର୍ତମାନ ବହି ଲେଖାରେ ବ୍ୟସ୍ତ। ଜେପି ନଡ୍ଡା ଟିମରୁ ବାଦ।ପଡିବା ପରେ ରାମ ମାଧବ ଆରଏସଏସକୁ ପୂର୍ଣକାଳୀନ ସେବା ପାଇଁ ଫେରି ଆସିଛନ୍ତି। ତେବେ ରାମ ମାଧବ ନିଜକୁ ଲେଖାଲେଖିରେ ନିୟୋଜିତ କରିଛନ୍ତି। ତାଙ୍କର ନୂଆ ବହି ‘ବିକଜ଼ ଇଣ୍ଡିଆ ଫାଷ୍ଟ’ ନିକଟରେ ପ୍ରକାଶିତ ହେବା ପରେ ସେ ବର୍ତମାନ ବିଜେପି ଚିନ୍ତକ ଦୀନଦୟାଲ ଉପାଧ୍ୟୟଙ୍କ ଜୀବନ ଦର୍ଶନକୁ ନେଇ ଏକ ପୁସ୍ତକ ଲେଖିବା ଆରମ୍ଭ କରିଛନ୍ତି। ପୁସ୍ତକରେ ଦୀନଦୟାଲ ଉପାଧ୍ୟାୟଙ୍କୁ ଦେଶର ରାଜନୈତିକ ଏବଂ ସାମାଜିକ କ୍ଷେତ୍ରରେ ଏକ ତୁଙ୍ଗ ନେତା ଭାବେ ଜାତୀୟସ୍ତରରେ ଉପସ୍ଥାପିତ କରିବାକୁ ରାମ ମାଧବ ଉଦ୍ୟମ କରିବେ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions