Connect with us

ପଶ୍ଚିମବଙ୍ଗ ୧୫/୫ : ସପ୍ତମ ତଥା ଅନ୍ତିମ ପର‌୍ୟ୍ୟାୟରେ ହେବାକୁ ଥିବା ୯ଟି ଲୋକସଭା ଆସନ ପାଇଁ ବିଜେପି ପୁରା ଦମ୍ ଲଗାଇଦେଇଥିବା ବେଳେ ମମତା ବାନାର୍ଜି ମଧ୍ୟ ଲାଗିପଡିଛନ୍ତି ବିଜେପିକୁ ରୋକିବା ପାଇଁ । ଗତକାଲିର ହିଂସା ଓ ଆଜି ଉତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ସଭାସ୍ଥଳରେ ଭଙ୍ଗାରୁଜା ପରେ ବି ଯୋଗୀ ଆଦିତ୍ୟନାଥ ନିର୍ବାଚନୀ ସଭାକୁ ସମ୍ବୋଧିତ କରିଛନ୍ତି ।
ଭଙ୍ଗାରୁଜା ପରେ ଯୋଗୀଙ୍କ ରାଲି ବାତିଲ ହେବା ନେଇ ଖବର ଆସିଥିଲା କିନ୍ତୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହାଙ୍କ କଡା ନିର୍ଦ୍ଦେଶ ଥିଲା ଯେ ଯାହାବି ହେଇଯାଉ ରାଲି ବାତିଲ ହେବନାହିଁ । ପଶ୍ଚିମବଙ୍ଗ ବାରାସାତରେ ରାଲି କରି ମମତା ବାନାର୍ଜିଙ୍କୁ ଟାର୍ଗେଟ କରିଛନ୍ତି ଉତରପ୍ରଦେଶ ମୁଖ୍ୟମନ୍ତ୍ରୀ । ଗୋଟିଏ ମିଛ ଲୁଚାଇବାକୁ ଯାଇ ଅନେକ ମିଛ କହୁଛନ୍ତି । ମମତା ସରକାରଙ୍କ ଅନ୍ତିମ ସମୟ ଆସୁଛି । ମମତା ସରକାର ରାଜ୍ୟ ଦଙ୍ଗା ପରିସ୍ଥିତି ସୃଷ୍ଟି କରୁଛନ୍ତି । ଟିଏମସି ସରକାରଙ୍କର ଏକ୍ସପାଏରୀ ତାରିଖ ଆସିଯାଇଥିବା ଯୋଗୀ ଆଦିତ୍ୟନାଥ କହିଛନ୍ତି ।
ସେପଟେ ଗତକାଲିର ହିଂସା ଘଟଣାକୁ ନେଇ ଟିଏମସି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ପଶ୍ଚିମବଙ୍ଗ ହାୱଡାରେ ବିକ୍ଷୋଭ ପ୍ରଦର୍ଶନ କରିଛି ତୃଣମୂଳ କଂଗ୍ରେସ । ଶହ ଶହ ଟିଏମସି ସମର୍ଥକ ରାଜରାସ୍ତାକୁ ଓହ୍ଲାଇ ବିଜେପି ବିରୋଧରେ ନାରା ଦେଉଥିବା ଦେଖିବାକୁ ମିଳିଛି । ଅନ୍ୟପଟେ ବିଭିନ୍ନ ବାମପନ୍ଥୀ ଦଳମାନେ ମଧ୍ୟ ହିଂସା ଘଟଣାକୁ ନେଇ ରାଜରାସ୍ତାକୁ ଓହ୍ଲାଇଛନ୍ତି । ଏସଡିଆଇ, ଏଆଇଏସଏଫ, ଏଆଇଏସଏ ଓ ଅନ୍ୟ ବାମପନ୍ଥୀ ଦଳଗୁଡିକ ପକ୍ଷରୁ ଆଜି କାଳଦିବସ ପାଳନ କରାଯାଉଛି ।

Nation

ଯୋଗୀଙ୍କୁ ମିଳୁନି ମୋଦିଙ୍କ ଦେଖା

Published

on

ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନ ଅଭିମୁଖୀ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଅଦିତ୍ୟନାଥଙ୍କୁ ମିଳୁନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦେଖା।

ଗତ ମାସରେ ପ୍ରଧାନମନ୍ତ୍ରୀଙ୍କୁ ଏକା ଏକା ଭେଟିବା ପାଇଁ ଯୋଗୀ ଅତି କମରେ ତିନି ତିନି ଥର ଅନୁରୋଧ କରିଥିଲେ ମଧ୍ୟ ତାଙ୍କୁ ସେ ସୁଯୋଗ ମିଳି ନଥିଲା।

ରାଜ୍ୟ ମନ୍ତ୍ରମଣ୍ଡଳରେ କଂଗ୍ରେସରୁ ଆସି ବିଜେପିରେ ଯୋଗ ଦେଇଥିବା ଜିତିନ ପ୍ରସାଦ ଏବଂ ସଞ୍ଜୟ ନିଷ।ଦଙ୍କୁ ସାମିଲ କରିବା ସମ୍ପର୍କରେ ଆଲୋଚନା ପାଇଁ ଯୋଗୀ ମୋଦିଙ୍କୁ ଏକା ଏକା ଭେଟିବାକୁ ଚାହୁଁଥିଲେ।

ସେ ଯାହା ହେଉ ଯୋଗୀ ମନ୍ତ୍ରିମଣ୍ଡଳର ସଂପ୍ରସାରଣ କରି ଏହି ଦୁଇ ନେତାଙ୍କୁ ଏବେ ମନ୍ତ୍ରୀ କରିଛନ୍ତି।

Continue Reading

ରାଜନୀତି

ୱ।ଇଏସଆର କଂଗ୍ରେସ ଏମପି କ୍ରିଷ୍ଣ ରାଜୁ ଏବେ ଅଛୁଆଁ

Published

on

ନୂଆଦିଲ୍ଲୀ: ୱ।ଏସ ଆର କଂଗ୍ରେସର ଅସନ୍ତୁଷ୍ଟ ନେତା କେ ରଘୁ ରାମ କ୍ରିଷ୍ଣ ରାଜୁ ଏବେ ଦଳରେ ଅଛୁଆଁ ହୋଇ ପଡିଛନ୍ତି। ଏପରିକି ତାଂକ ହାତରୁ ଖାଇବାକୁ ମଧ୍ୟ ଦଳୀୟ ନେତାମାନେ ସଂକୋଚ ବୋଧ କରୁଛନ୍ତି। ଦଳର ନେତାମାନେ ତାଂକ ସହିତ କଥା ବି ହେଉ ନାହାନ୍ତି।

ଅତ୍ୟନ୍ତ ମେଳାପୀ ରାଜୁ ଆଗରୁ ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ନିଜ ଦଳର, ଶାସକ ଦଳର ଏବଂ ବିରୋଧୀ ଦଳର ଏମପିମାନକୁ ମିଠା ଜଳଖିଆ ଖୁଆଇ ରାଜୁ ବେଶ ଲୋକପ୍ରିୟ ଥିଲେ।

ହେଲେ ଆଜିକାଲି ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ତାଙ୍କ ମିଠା ଜଳଖିଆ ଆଉ ୱ।ଇଏସଆର କଂଗ୍ରେସ ଏମପିମାନେ ଖାଉ ନାହାନ୍ତି।

ୱ।ଇଏସଆର କଂଗ୍ରେସର ଏମପିମାନେ ଦଳର ସୁପ୍ରିମୋ ଜଗନ ରେଡ୍ଡୀଙ୍କ କ୍ରୋଧର ଶିକାର ହେବାକୁ ଚାହୁଁ

 

Continue Reading

ରାଜନୀତି

ବଜେପି ପ୍ରାକ୍ତନ ମୁଖପାତ୍ର ରାମ ମାଧବ ଏବେ ବହି ଲେଖୁଛନ୍ତି

Published

on

ନୂଆଦିଲ୍ଲୀ: ବିଜେପିର ପୂର୍ବତନ ଜାତୀୟ ସାଧାରଣ ସମ୍ପାଦକ ରାମ ମାଧବ ବର୍ତମାନ ବହି ଲେଖାରେ ବ୍ୟସ୍ତ। ଜେପି ନଡ୍ଡା ଟିମରୁ ବାଦ।ପଡିବା ପରେ ରାମ ମାଧବ ଆରଏସଏସକୁ ପୂର୍ଣକାଳୀନ ସେବା ପାଇଁ ଫେରି ଆସିଛନ୍ତି। ତେବେ ରାମ ମାଧବ ନିଜକୁ ଲେଖାଲେଖିରେ ନିୟୋଜିତ କରିଛନ୍ତି। ତାଙ୍କର ନୂଆ ବହି ‘ବିକଜ଼ ଇଣ୍ଡିଆ ଫାଷ୍ଟ’ ନିକଟରେ ପ୍ରକାଶିତ ହେବା ପରେ ସେ ବର୍ତମାନ ବିଜେପି ଚିନ୍ତକ ଦୀନଦୟାଲ ଉପାଧ୍ୟୟଙ୍କ ଜୀବନ ଦର୍ଶନକୁ ନେଇ ଏକ ପୁସ୍ତକ ଲେଖିବା ଆରମ୍ଭ କରିଛନ୍ତି। ପୁସ୍ତକରେ ଦୀନଦୟାଲ ଉପାଧ୍ୟାୟଙ୍କୁ ଦେଶର ରାଜନୈତିକ ଏବଂ ସାମାଜିକ କ୍ଷେତ୍ରରେ ଏକ ତୁଙ୍ଗ ନେତା ଭାବେ ଜାତୀୟସ୍ତରରେ ଉପସ୍ଥାପିତ କରିବାକୁ ରାମ ମାଧବ ଉଦ୍ୟମ କରିବେ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions