Connect with us

ଭୁବନେଶ୍ୱର ୨୯/୫ : ପଂଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନବୀନ ପଟ୍ଟନାୟକ । ଲଗାତାର ପଚଂମ ଥର ପାଇଁ ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳିବାକୁ ଯାଉଛନ୍ତି ନବୀନ ପଟ୍ଟନାୟକ । ବିଧାନସଭା ନିର୍ବାଚନରେ ବିଜେଡିର ବଡ ବିଜୟ ପରେ ଲଗାତର ପଂଚମ ଥର ଲାଗି ମୁଖ୍ୟମନ୍ତ୍ରୀ ହେଲେ ନବୀନ ପଟ୍ଟନାୟକ । ଆଜି ଭୁବନେଶ୍ୱରର ପ୍ରଦର୍ଶନୀ ପଡିଆରେ ଶପଥଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଛି । ସକାଳ ପ୍ରାୟ ୧୦.୪୫ ଟାରେ ଶପଥ ନେଲେ ନବୀନ । ରାଜଧାନୀସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଭବ୍ୟ ସମାରୋହରେ ନବୀନ ପଟ୍ଟନାୟକଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏଥିସହ ନୂଆ ମନ୍ତ୍ରୀ ମଣ୍ଡଳ ବି ଶପଥ ନେଉଛନ୍ତି । ନବୀନଙ୍କ ପଞ୍ଚମ ପାଳିର ଶପଥ ସମାରୋହରେ ଯୋଗଦେଇଛନ୍ତି ତାଙ୍କ ପରିବାର । ଭଉଣୀ ଗୀତା ମେହେଟ୍ଟା ଏବଂ ଭାଇ ପ୍ରେମ୍ ପଟ୍ଟନାୟକ ଶପଥ ସମାରୋହରେ ସାମିଲ ହୋଇଥିବା ଦେଖିବାକୁ ମିଳିଛି ।
ମୁଖ୍ୟମନ୍ତ୍ରୀ ଭାବେ ନବୀନ ପଟ୍ଟନାୟକ ଶପଥ ଗ୍ରହଣ କରିବା ପରେ ୨୦ ଜଣିଆ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ ରାଜ୍ୟପାଳ ଶପଥ ଗ୍ରହଣ କରାଉଛନ୍ତି । କ୍ୟାବିନେଟ ପାହ୍ୟା ମନ୍ତ୍ରୀ ଭାବେ ଆଠଗଡ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଭଞ୍ଜନଗର ବିଧାୟକ ବିକ୍ରମ କେଶରୀ ଆରୁଖ, କାମାକ୍ଷାନଗର ବିଧାୟକ ପ୍ରଫୁଲ୍ଲ କୁମାର ମଲ୍ଲିକ, ସୋନପୁର ବିଧାୟକ ନିରଞ୍ଜନ ପୂଜାରୀ, ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା, ମାହାଙ୍ଗା ବିଧାୟକ ପ୍ରତାପ ଜେନା, ନୟାଗଡ ବିଧାୟକ ଅରୁଣ କୁମାର ସାହୁ, ବାଙ୍ଗିରପୋଷି ବିଧାୟକ ସୁଦାମ ମାରାଣ୍ଡି, ଭଟଲି ବିଧାୟକ ସୁଶାନ୍ତ ସିଂହ, ଝାରସୁଗୁଡା ବିଧାୟକ ନବ କିଶୋର ଦାସ ଏବଂ ଟିଟିଲାଗଡ ବିଧାୟିକା ଟୁକୁନି ସାହୁ ଶପଥ ନେଇଛନ୍ତି ।

Nation

ଯୋଗୀଙ୍କୁ ମିଳୁନି ମୋଦିଙ୍କ ଦେଖା

Published

on

ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନ ଅଭିମୁଖୀ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଅଦିତ୍ୟନାଥଙ୍କୁ ମିଳୁନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦେଖା।

ଗତ ମାସରେ ପ୍ରଧାନମନ୍ତ୍ରୀଙ୍କୁ ଏକା ଏକା ଭେଟିବା ପାଇଁ ଯୋଗୀ ଅତି କମରେ ତିନି ତିନି ଥର ଅନୁରୋଧ କରିଥିଲେ ମଧ୍ୟ ତାଙ୍କୁ ସେ ସୁଯୋଗ ମିଳି ନଥିଲା।

ରାଜ୍ୟ ମନ୍ତ୍ରମଣ୍ଡଳରେ କଂଗ୍ରେସରୁ ଆସି ବିଜେପିରେ ଯୋଗ ଦେଇଥିବା ଜିତିନ ପ୍ରସାଦ ଏବଂ ସଞ୍ଜୟ ନିଷ।ଦଙ୍କୁ ସାମିଲ କରିବା ସମ୍ପର୍କରେ ଆଲୋଚନା ପାଇଁ ଯୋଗୀ ମୋଦିଙ୍କୁ ଏକା ଏକା ଭେଟିବାକୁ ଚାହୁଁଥିଲେ।

ସେ ଯାହା ହେଉ ଯୋଗୀ ମନ୍ତ୍ରିମଣ୍ଡଳର ସଂପ୍ରସାରଣ କରି ଏହି ଦୁଇ ନେତାଙ୍କୁ ଏବେ ମନ୍ତ୍ରୀ କରିଛନ୍ତି।

Continue Reading

ରାଜନୀତି

ୱ।ଇଏସଆର କଂଗ୍ରେସ ଏମପି କ୍ରିଷ୍ଣ ରାଜୁ ଏବେ ଅଛୁଆଁ

Published

on

ନୂଆଦିଲ୍ଲୀ: ୱ।ଏସ ଆର କଂଗ୍ରେସର ଅସନ୍ତୁଷ୍ଟ ନେତା କେ ରଘୁ ରାମ କ୍ରିଷ୍ଣ ରାଜୁ ଏବେ ଦଳରେ ଅଛୁଆଁ ହୋଇ ପଡିଛନ୍ତି। ଏପରିକି ତାଂକ ହାତରୁ ଖାଇବାକୁ ମଧ୍ୟ ଦଳୀୟ ନେତାମାନେ ସଂକୋଚ ବୋଧ କରୁଛନ୍ତି। ଦଳର ନେତାମାନେ ତାଂକ ସହିତ କଥା ବି ହେଉ ନାହାନ୍ତି।

ଅତ୍ୟନ୍ତ ମେଳାପୀ ରାଜୁ ଆଗରୁ ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ନିଜ ଦଳର, ଶାସକ ଦଳର ଏବଂ ବିରୋଧୀ ଦଳର ଏମପିମାନକୁ ମିଠା ଜଳଖିଆ ଖୁଆଇ ରାଜୁ ବେଶ ଲୋକପ୍ରିୟ ଥିଲେ।

ହେଲେ ଆଜିକାଲି ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ତାଙ୍କ ମିଠା ଜଳଖିଆ ଆଉ ୱ।ଇଏସଆର କଂଗ୍ରେସ ଏମପିମାନେ ଖାଉ ନାହାନ୍ତି।

ୱ।ଇଏସଆର କଂଗ୍ରେସର ଏମପିମାନେ ଦଳର ସୁପ୍ରିମୋ ଜଗନ ରେଡ୍ଡୀଙ୍କ କ୍ରୋଧର ଶିକାର ହେବାକୁ ଚାହୁଁ

 

Continue Reading

ରାଜନୀତି

ବଜେପି ପ୍ରାକ୍ତନ ମୁଖପାତ୍ର ରାମ ମାଧବ ଏବେ ବହି ଲେଖୁଛନ୍ତି

Published

on

ନୂଆଦିଲ୍ଲୀ: ବିଜେପିର ପୂର୍ବତନ ଜାତୀୟ ସାଧାରଣ ସମ୍ପାଦକ ରାମ ମାଧବ ବର୍ତମାନ ବହି ଲେଖାରେ ବ୍ୟସ୍ତ। ଜେପି ନଡ୍ଡା ଟିମରୁ ବାଦ।ପଡିବା ପରେ ରାମ ମାଧବ ଆରଏସଏସକୁ ପୂର୍ଣକାଳୀନ ସେବା ପାଇଁ ଫେରି ଆସିଛନ୍ତି। ତେବେ ରାମ ମାଧବ ନିଜକୁ ଲେଖାଲେଖିରେ ନିୟୋଜିତ କରିଛନ୍ତି। ତାଙ୍କର ନୂଆ ବହି ‘ବିକଜ଼ ଇଣ୍ଡିଆ ଫାଷ୍ଟ’ ନିକଟରେ ପ୍ରକାଶିତ ହେବା ପରେ ସେ ବର୍ତମାନ ବିଜେପି ଚିନ୍ତକ ଦୀନଦୟାଲ ଉପାଧ୍ୟୟଙ୍କ ଜୀବନ ଦର୍ଶନକୁ ନେଇ ଏକ ପୁସ୍ତକ ଲେଖିବା ଆରମ୍ଭ କରିଛନ୍ତି। ପୁସ୍ତକରେ ଦୀନଦୟାଲ ଉପାଧ୍ୟାୟଙ୍କୁ ଦେଶର ରାଜନୈତିକ ଏବଂ ସାମାଜିକ କ୍ଷେତ୍ରରେ ଏକ ତୁଙ୍ଗ ନେତା ଭାବେ ଜାତୀୟସ୍ତରରେ ଉପସ୍ଥାପିତ କରିବାକୁ ରାମ ମାଧବ ଉଦ୍ୟମ କରିବେ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions