Connect with us

ଢ଼େଙ୍କାନାଳ ୧୮/୪ :ପରଜଙ୍ଗ ନିର୍ବାଚନୀ ସଭାରୁ ବିଜେପିକୁ ଟାର୍ଗେଟ କଲେ ନବୀନ। ବିଜେପି ନେତାଙ୍କୁ ଟାର୍ଗେଟ କଲେ ବିଜେଡ଼ି ସୁପ୍ରିମୋ । ବିଜେପି ନେତାଙ୍କ ପାଇଁ ଓଡ଼ିଶା ହକରୁ ବଂଚିତ ହୋଇଛି । ୫ ମିନିଟର କାମ ୫ ବର୍ଷରେ ହୋଇ ପାରିଲା ନାହିଁ । କୋଇଲା ରୟାଲିଟି ନିୟମ ସଂଶୋଧନ କାହିଁକି ହୋଇନି ବୋଲି ପ୍ରଶ୍ନ କଲେ ମୁଖ୍ୟମନ୍ତ୍ରୀ ନବୀନ । କୋଇଲା ରୟାଲିଟିରୁ କେନ୍ଦ୍ର ଅଧିକ ଲାଭବାନ ହେବାସହ ହଜାର ହଜାର କୋଟି ଟଙ୍କା ପାଉଛି । ହେଲେ କେହିବି ସ୍ଥାନୀୟ ଅଂଚଳର ବିକାଶ ପ୍ରତି ଯତ୍ନଶୀଳ ନୁହଁନ୍ତି । କେବଳ ପ୍ରଦୂଷଣରେ ଘାଂଟି ହେଉଛନ୍ତି ଲୋକେ ।
ମୁଖ୍ୟମନ୍ତ୍ରୀ ପ୍ରଶ୍ନ କରିଛନ୍ତି, ଓଡ଼ିଶାର ବିଜେପିର ବଡ଼ ବଡ଼ ନେତାମାନେ କୋଇଲା କାରବାର କରୁଛନ୍ତି କି ? ଏମସିଏଲ, ଏନଟିପିସି ହଜାର ହଜାର କୋଟି ଟଙ୍କା ଆୟ କରୁଛି କିନ୍ତୁ ଲୋକଙ୍କୁ କିଛି ମିଳୁନି । ନିଜ ଅଂଚଳରେ ବଡ଼ ବଡ଼ ଖଣିଖାଦାନ ଥିଲେ ମଧ୍ୟ ଯୁବକଙ୍କୁ ଚାକିରି ମିଳୁନି । ବିଜେପି ନେତାମାନେ କଂଟ୍ରାକ୍ଟର ବନ୍ଧୁଙ୍କ ପାଇଁ କାମ କରୁଛନ୍ତି କି ? ଜାଣିଶୁଣି ଓଡ଼ିଶା ଯୁବକଙ୍କୁ ଅଣଦେଖା କରାଯାଉଛି । ଜମି ହରାଇଥିବା ଲୋକଙ୍କୁ ନ୍ୟାୟ ମିଳୁନି । ଏସବୁ ସତ୍ୱେ ଦୁଇ ଓଡ଼ିଆ କେନ୍ଦ୍ରମନ୍ତ୍ରୀ ଚୁପ ଅଛନ୍ତି । ବିଜେପି ନେତାଙ୍କୁ ଏହି ସବୁ ପ୍ରଶ୍ନ କରିବା ପାଇଁ ଭୋଟରଙ୍କୁ ଆହା୍ନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
ଅନ୍ୟପଟେ ପୁଣି କାଳିଆ କଥା ବଖାଣିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କାଳିଆ ଯୋଜନାରେ ୪୦ ଲକ୍ଷ ଚାଷୀ ଉପକୃତ ହୋଇଛନ୍ତି । କିନ୍ତୁ କେନ୍ଦ୍ରର ବିଜେପି ସରକାର କାଳିଆ ଯୋଜନାକୁ ବନ୍ଦ କରିବା ପାଇଁ ଷଡ଼ଯନ୍ତ୍ର ଚଳାଇଛି । ହେଲେ ମୁଁ ଥିବା ପର‌୍ୟ୍ୟନ୍ତ କାଳିଆ ଯୋଜନାକୁ କେହି ବନ୍ଦ କରିପାରିବେ ନାହିଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ବିଜୁ ଜନତା ଦଳ ସରକାର ଗଠନ କରିବାର ପ୍ରଥମ ଦିନରେ କାଳିଆ ଯୋଜନାର ୨ କିସ୍ତି ଟଙ୍କା ମିଳିବ । ବିଜୁ ଜନତା ଦଳ ମହିଳାମାନଙ୍କୁ ହକ୍ ଦେଇଛି । କେନ୍ଦ୍ରର ଯୋଜନା ତୁଳନାରେ ରାଜ୍ୟ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ମହିଳାମାନେ ଦୁଇଗୁଣ ଟଙ୍କା ପାଉଛନ୍ତି ।

Nation

ଯୋଗୀଙ୍କୁ ମିଳୁନି ମୋଦିଙ୍କ ଦେଖା

Published

on

ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନ ଅଭିମୁଖୀ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଅଦିତ୍ୟନାଥଙ୍କୁ ମିଳୁନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦେଖା।

ଗତ ମାସରେ ପ୍ରଧାନମନ୍ତ୍ରୀଙ୍କୁ ଏକା ଏକା ଭେଟିବା ପାଇଁ ଯୋଗୀ ଅତି କମରେ ତିନି ତିନି ଥର ଅନୁରୋଧ କରିଥିଲେ ମଧ୍ୟ ତାଙ୍କୁ ସେ ସୁଯୋଗ ମିଳି ନଥିଲା।

ରାଜ୍ୟ ମନ୍ତ୍ରମଣ୍ଡଳରେ କଂଗ୍ରେସରୁ ଆସି ବିଜେପିରେ ଯୋଗ ଦେଇଥିବା ଜିତିନ ପ୍ରସାଦ ଏବଂ ସଞ୍ଜୟ ନିଷ।ଦଙ୍କୁ ସାମିଲ କରିବା ସମ୍ପର୍କରେ ଆଲୋଚନା ପାଇଁ ଯୋଗୀ ମୋଦିଙ୍କୁ ଏକା ଏକା ଭେଟିବାକୁ ଚାହୁଁଥିଲେ।

ସେ ଯାହା ହେଉ ଯୋଗୀ ମନ୍ତ୍ରିମଣ୍ଡଳର ସଂପ୍ରସାରଣ କରି ଏହି ଦୁଇ ନେତାଙ୍କୁ ଏବେ ମନ୍ତ୍ରୀ କରିଛନ୍ତି।

Continue Reading

ରାଜନୀତି

ୱ।ଇଏସଆର କଂଗ୍ରେସ ଏମପି କ୍ରିଷ୍ଣ ରାଜୁ ଏବେ ଅଛୁଆଁ

Published

on

ନୂଆଦିଲ୍ଲୀ: ୱ।ଏସ ଆର କଂଗ୍ରେସର ଅସନ୍ତୁଷ୍ଟ ନେତା କେ ରଘୁ ରାମ କ୍ରିଷ୍ଣ ରାଜୁ ଏବେ ଦଳରେ ଅଛୁଆଁ ହୋଇ ପଡିଛନ୍ତି। ଏପରିକି ତାଂକ ହାତରୁ ଖାଇବାକୁ ମଧ୍ୟ ଦଳୀୟ ନେତାମାନେ ସଂକୋଚ ବୋଧ କରୁଛନ୍ତି। ଦଳର ନେତାମାନେ ତାଂକ ସହିତ କଥା ବି ହେଉ ନାହାନ୍ତି।

ଅତ୍ୟନ୍ତ ମେଳାପୀ ରାଜୁ ଆଗରୁ ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ନିଜ ଦଳର, ଶାସକ ଦଳର ଏବଂ ବିରୋଧୀ ଦଳର ଏମପିମାନକୁ ମିଠା ଜଳଖିଆ ଖୁଆଇ ରାଜୁ ବେଶ ଲୋକପ୍ରିୟ ଥିଲେ।

ହେଲେ ଆଜିକାଲି ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ତାଙ୍କ ମିଠା ଜଳଖିଆ ଆଉ ୱ।ଇଏସଆର କଂଗ୍ରେସ ଏମପିମାନେ ଖାଉ ନାହାନ୍ତି।

ୱ।ଇଏସଆର କଂଗ୍ରେସର ଏମପିମାନେ ଦଳର ସୁପ୍ରିମୋ ଜଗନ ରେଡ୍ଡୀଙ୍କ କ୍ରୋଧର ଶିକାର ହେବାକୁ ଚାହୁଁ

 

Continue Reading

ରାଜନୀତି

ବଜେପି ପ୍ରାକ୍ତନ ମୁଖପାତ୍ର ରାମ ମାଧବ ଏବେ ବହି ଲେଖୁଛନ୍ତି

Published

on

ନୂଆଦିଲ୍ଲୀ: ବିଜେପିର ପୂର୍ବତନ ଜାତୀୟ ସାଧାରଣ ସମ୍ପାଦକ ରାମ ମାଧବ ବର୍ତମାନ ବହି ଲେଖାରେ ବ୍ୟସ୍ତ। ଜେପି ନଡ୍ଡା ଟିମରୁ ବାଦ।ପଡିବା ପରେ ରାମ ମାଧବ ଆରଏସଏସକୁ ପୂର୍ଣକାଳୀନ ସେବା ପାଇଁ ଫେରି ଆସିଛନ୍ତି। ତେବେ ରାମ ମାଧବ ନିଜକୁ ଲେଖାଲେଖିରେ ନିୟୋଜିତ କରିଛନ୍ତି। ତାଙ୍କର ନୂଆ ବହି ‘ବିକଜ଼ ଇଣ୍ଡିଆ ଫାଷ୍ଟ’ ନିକଟରେ ପ୍ରକାଶିତ ହେବା ପରେ ସେ ବର୍ତମାନ ବିଜେପି ଚିନ୍ତକ ଦୀନଦୟାଲ ଉପାଧ୍ୟୟଙ୍କ ଜୀବନ ଦର୍ଶନକୁ ନେଇ ଏକ ପୁସ୍ତକ ଲେଖିବା ଆରମ୍ଭ କରିଛନ୍ତି। ପୁସ୍ତକରେ ଦୀନଦୟାଲ ଉପାଧ୍ୟାୟଙ୍କୁ ଦେଶର ରାଜନୈତିକ ଏବଂ ସାମାଜିକ କ୍ଷେତ୍ରରେ ଏକ ତୁଙ୍ଗ ନେତା ଭାବେ ଜାତୀୟସ୍ତରରେ ଉପସ୍ଥାପିତ କରିବାକୁ ରାମ ମାଧବ ଉଦ୍ୟମ କରିବେ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions