Connect with us

ବାଲେଶ୍ୱର ୨୯/୪ : ଭୋଗରାଇରେ ମତଦାନ ବେଳେ ଦୁଇ ଦଳର ସମର୍ଥକ ଧସ୍ତାଧସ୍ତି ହେବା ଖବର ହସ୍ତଗତ ହୋଇଛି। ସୂଚନା ଅନୁସାରେ ଭୋଗରାଇର ୨୪୭ ନମ୍ବର ବୁଥରେ ଏହି ଅପ୍ରୀତିକର ଘଟଣା ଘଟିଛି। ଜଣେ ମହିଳା କର୍ମୀ ବିଜେପିର ଜନୈକ ଏଜେଣ୍ଟକୁ ମାଡ ମାରିବା ପରେ ଦୁଇ ଦଳର କର୍ମୀଙ୍କ ମଧ୍ୟରେ ଠେଲାପେଲା ହୋଇଥିଲା। ତେବେ ଏହାପରେ ଘଟଣାରେ ହସ୍ତକ୍ଷେପ କରିଲେ ଉପସ୍ଥିତ ସୁରକ୍ଷା କର୍ମୀ। ଫଳରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। ପୂର୍ବରୁ ଭୋଗରାଇରେ ଦୁଇ ପ୍ରତିଦ୍ୱନ୍ଦ୍ୱୀ ଦଳ ମଧ୍ୟରେ ଉତ୍ତେଜନା ନ ଥିଲେ ମଧ୍ୟ ଏହି ଘଟଣା ଅଚାନକ ଘଟିଥିବା ଜଣାପଡ଼ିଛି।
ସେହିପରି ଭଦ୍ରକ ଜିଲ୍ଲା ଧାମନଗରର ହସନାବାଦ ବୁଥରେ ମଧ୍ୟ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିବା ଖବର ସାମ୍ନାକୁ ଆସିଛି। ଏହି ବୁଥଟି ଏକ ସମ୍ବେଦନଶୀଳ ବୁଥ ହୋଇଥିଲେ ମଧ୍ୟ ଏଠାରେ ଆବଶ୍ୟକ ସଂଖ୍ୟକ ସୁରକ୍ଷାକର୍ମୀ ନିୟୋଜିତ ନ ଥିବା ଅଭିଯୋଗ ହୋଇଛି। ଏହି ବୁଥରେ ଦୁଇ ପ୍ରତିନ୍ଦ୍ୱନ୍ଦ୍ୱୀ ଗୋଷ୍ଠୀ ମଧ୍ୟରେ ଠେଲାପେଲା ଓ ଧସ୍ତାଧସ୍ତି ହୋଇଥିବା ସୂଚନା ରହିଛି। ତେବେ ଘଟଣାରେ ଉଭୟ ପକ୍ଷର କେହି ଆହତ ହୋଇ ନ ଥିବା ଜଣାଯାଇଛି। ବର୍ତ୍ତମାନ ପରିସ୍ଥିତି ନିୟନ୍ତ୍ରଣାଧୀନ ଥିବା ବେଳେ ଚାପା ଉତ୍ତେଜନା ଲାଗି ରହିଛି। ଏଥିସହ ଭଦ୍ରକ ଜିଲ୍ଲାର ବାସୁଦେବପୁରର ୮୬ ନମ୍ବର ବୁଥରେ ବିଜେଡି ଓ କଂଗ୍ରେସ କର୍ମୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିବା ଖବର ମିଳିଛି।

Nation

ଯୋଗୀଙ୍କୁ ମିଳୁନି ମୋଦିଙ୍କ ଦେଖା

Published

on

ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନ ଅଭିମୁଖୀ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଅଦିତ୍ୟନାଥଙ୍କୁ ମିଳୁନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦେଖା।

ଗତ ମାସରେ ପ୍ରଧାନମନ୍ତ୍ରୀଙ୍କୁ ଏକା ଏକା ଭେଟିବା ପାଇଁ ଯୋଗୀ ଅତି କମରେ ତିନି ତିନି ଥର ଅନୁରୋଧ କରିଥିଲେ ମଧ୍ୟ ତାଙ୍କୁ ସେ ସୁଯୋଗ ମିଳି ନଥିଲା।

ରାଜ୍ୟ ମନ୍ତ୍ରମଣ୍ଡଳରେ କଂଗ୍ରେସରୁ ଆସି ବିଜେପିରେ ଯୋଗ ଦେଇଥିବା ଜିତିନ ପ୍ରସାଦ ଏବଂ ସଞ୍ଜୟ ନିଷ।ଦଙ୍କୁ ସାମିଲ କରିବା ସମ୍ପର୍କରେ ଆଲୋଚନା ପାଇଁ ଯୋଗୀ ମୋଦିଙ୍କୁ ଏକା ଏକା ଭେଟିବାକୁ ଚାହୁଁଥିଲେ।

ସେ ଯାହା ହେଉ ଯୋଗୀ ମନ୍ତ୍ରିମଣ୍ଡଳର ସଂପ୍ରସାରଣ କରି ଏହି ଦୁଇ ନେତାଙ୍କୁ ଏବେ ମନ୍ତ୍ରୀ କରିଛନ୍ତି।

Continue Reading

ରାଜନୀତି

ୱ।ଇଏସଆର କଂଗ୍ରେସ ଏମପି କ୍ରିଷ୍ଣ ରାଜୁ ଏବେ ଅଛୁଆଁ

Published

on

ନୂଆଦିଲ୍ଲୀ: ୱ।ଏସ ଆର କଂଗ୍ରେସର ଅସନ୍ତୁଷ୍ଟ ନେତା କେ ରଘୁ ରାମ କ୍ରିଷ୍ଣ ରାଜୁ ଏବେ ଦଳରେ ଅଛୁଆଁ ହୋଇ ପଡିଛନ୍ତି। ଏପରିକି ତାଂକ ହାତରୁ ଖାଇବାକୁ ମଧ୍ୟ ଦଳୀୟ ନେତାମାନେ ସଂକୋଚ ବୋଧ କରୁଛନ୍ତି। ଦଳର ନେତାମାନେ ତାଂକ ସହିତ କଥା ବି ହେଉ ନାହାନ୍ତି।

ଅତ୍ୟନ୍ତ ମେଳାପୀ ରାଜୁ ଆଗରୁ ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ନିଜ ଦଳର, ଶାସକ ଦଳର ଏବଂ ବିରୋଧୀ ଦଳର ଏମପିମାନକୁ ମିଠା ଜଳଖିଆ ଖୁଆଇ ରାଜୁ ବେଶ ଲୋକପ୍ରିୟ ଥିଲେ।

ହେଲେ ଆଜିକାଲି ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ତାଙ୍କ ମିଠା ଜଳଖିଆ ଆଉ ୱ।ଇଏସଆର କଂଗ୍ରେସ ଏମପିମାନେ ଖାଉ ନାହାନ୍ତି।

ୱ।ଇଏସଆର କଂଗ୍ରେସର ଏମପିମାନେ ଦଳର ସୁପ୍ରିମୋ ଜଗନ ରେଡ୍ଡୀଙ୍କ କ୍ରୋଧର ଶିକାର ହେବାକୁ ଚାହୁଁ

 

Continue Reading

ରାଜନୀତି

ବଜେପି ପ୍ରାକ୍ତନ ମୁଖପାତ୍ର ରାମ ମାଧବ ଏବେ ବହି ଲେଖୁଛନ୍ତି

Published

on

ନୂଆଦିଲ୍ଲୀ: ବିଜେପିର ପୂର୍ବତନ ଜାତୀୟ ସାଧାରଣ ସମ୍ପାଦକ ରାମ ମାଧବ ବର୍ତମାନ ବହି ଲେଖାରେ ବ୍ୟସ୍ତ। ଜେପି ନଡ୍ଡା ଟିମରୁ ବାଦ।ପଡିବା ପରେ ରାମ ମାଧବ ଆରଏସଏସକୁ ପୂର୍ଣକାଳୀନ ସେବା ପାଇଁ ଫେରି ଆସିଛନ୍ତି। ତେବେ ରାମ ମାଧବ ନିଜକୁ ଲେଖାଲେଖିରେ ନିୟୋଜିତ କରିଛନ୍ତି। ତାଙ୍କର ନୂଆ ବହି ‘ବିକଜ଼ ଇଣ୍ଡିଆ ଫାଷ୍ଟ’ ନିକଟରେ ପ୍ରକାଶିତ ହେବା ପରେ ସେ ବର୍ତମାନ ବିଜେପି ଚିନ୍ତକ ଦୀନଦୟାଲ ଉପାଧ୍ୟୟଙ୍କ ଜୀବନ ଦର୍ଶନକୁ ନେଇ ଏକ ପୁସ୍ତକ ଲେଖିବା ଆରମ୍ଭ କରିଛନ୍ତି। ପୁସ୍ତକରେ ଦୀନଦୟାଲ ଉପାଧ୍ୟାୟଙ୍କୁ ଦେଶର ରାଜନୈତିକ ଏବଂ ସାମାଜିକ କ୍ଷେତ୍ରରେ ଏକ ତୁଙ୍ଗ ନେତା ଭାବେ ଜାତୀୟସ୍ତରରେ ଉପସ୍ଥାପିତ କରିବାକୁ ରାମ ମାଧବ ଉଦ୍ୟମ କରିବେ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions