Connect with us

ଭୁବନେଶ୍ୱର ୨୭/୪ : ବୈଜୟନ୍ତଙ୍କ ବିରୋଧରେ ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡ଼ି । ବିଜେପି ବିରୋଧରେ ସାଂଘାତିକ ଅଭିଯୋଗ ନେଇ ସିଇଙ୍କ ଦ୍ୱାରସ୍ଥ ହୋଇଛି ବିଜେଡ଼ି । ଆଉ ମାତ୍ର ୨ ଦିନ ପରେ ନିର୍ବାଚନ ଥିବାବେଳେ କେନ୍ଦ୍ରାପଡ଼ା ଲୋକସଭା ନିର୍ବାଚନ ମଣ୍ଡଳୀରେ ଟଙ୍କା ବଂଟା ଯାଉଥିବା ଅଭିଯୋଗ କରିଛି ବିଜେଡ଼ି । ଭୋଟରଙ୍କୁ ପ୍ରଭାବିତ କରିବା ପାଇଁ ବିଜେପି ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ନିମ୍ନ ସ୍ତରକୁ ଖସିଯାଇଛନ୍ତି । ସ୍ପଷ୍ଟ ସୂଚନା ଅନୁସାରେ ବୈଜୟନ୍ତ ପଣ୍ଡା ୪ ଜଣ ସହଯୋଗୀଙ୍କୁ ଟଙ୍କା ବାଂଟିବା ପାଇଁ ଲଗାଇ ଦେଇଛନ୍ତି । ନିର୍ବାଚନୀ ବୈତରଣୀ ପାର କରିବା ପାଇଁ ଅତ୍ୟନ୍ତ କୁତ୍ସିତ ରାସ୍ତା ଆପଣାଇଛି ବିଜେପି । କେନ୍ଦ୍ରାପଡ଼ାରେ ବଉଳ ବିହାରରେ ଥିବା ବୈଜୟନ୍ତ ପଣ୍ଡାଙ୍କ ଏକ ଅଫିସରେ ଏହି କାମ କରାଯାଉଛି । ବୈଜୟନ୍ତ ପଣ୍ଡାଙ୍କ ପ୍ରମୁଖ ୪ ଜଣ ସହଯୋଗୀ କଳା ଟଙ୍କା କାରବାର କରୁଛନ୍ତି ।
ଭୋଟରଙ୍କୁ ପ୍ରଭାବିତ କରିବା ପାଇଁ କେନ୍ଦ୍ରାପଡ଼ାରେ ଉଡ଼ୁଛି କଳାଟଙ୍କା । କଳାଟଙ୍କାର ବ୍ୟାପାର ଖେଳାଇଛନ୍ତି ବୈଜୟନ୍ତ ପଣ୍ଡାଙ୍କ ମୁଖ୍ୟ ସହଯୋଗୀ ଦୀପକ ପଣ୍ଡା । ଆଉ ତାଙ୍କୁ ଜ୍ୟୋତି ଘୋଷ, ବିଶ୍ୱଜିତ, ଏକେ ଦାସ ପ୍ରମୁଖ ସହଯୋଗ କରୁଛନ୍ତି । ବିଜେଡ଼ି ଏନେଇ ସିଇଓଙ୍କ ନିକଟରେ ଫେରାଦ ହେବାସହ ତାଙ୍କର ମୋବାଇଲ ନମ୍ବର ଓ ସମ୍ପୂର୍ଣ୍ଣ ବିବରଣୀ ହସ୍ତାନ୍ତର କରିଛନ୍ତି । ସିଇଓ ତୁରନ୍ତ ଏହାର କାର‌୍ୟ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ ବୋଲି ଦାବି କରିଛି ବିଜେପି । ଏହି ବ୍ୟକ୍ତି ମାନଙ୍କର ମୋବଇଲ ଫୋନ ସର୍ଭିଲେନ୍ସରେ ରଖାଯାଉ । ଏବଂ ତୁରନ୍ତ କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ରର ସେମାନଙ୍କୁ ବିତାଡ଼ିତ କରାଯାଉ ବୋଲି ଦାବି କରାଯାଇଛି ।

Nation

ଯୋଗୀଙ୍କୁ ମିଳୁନି ମୋଦିଙ୍କ ଦେଖା

Published

on

ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନ ଅଭିମୁଖୀ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଅଦିତ୍ୟନାଥଙ୍କୁ ମିଳୁନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦେଖା।

ଗତ ମାସରେ ପ୍ରଧାନମନ୍ତ୍ରୀଙ୍କୁ ଏକା ଏକା ଭେଟିବା ପାଇଁ ଯୋଗୀ ଅତି କମରେ ତିନି ତିନି ଥର ଅନୁରୋଧ କରିଥିଲେ ମଧ୍ୟ ତାଙ୍କୁ ସେ ସୁଯୋଗ ମିଳି ନଥିଲା।

ରାଜ୍ୟ ମନ୍ତ୍ରମଣ୍ଡଳରେ କଂଗ୍ରେସରୁ ଆସି ବିଜେପିରେ ଯୋଗ ଦେଇଥିବା ଜିତିନ ପ୍ରସାଦ ଏବଂ ସଞ୍ଜୟ ନିଷ।ଦଙ୍କୁ ସାମିଲ କରିବା ସମ୍ପର୍କରେ ଆଲୋଚନା ପାଇଁ ଯୋଗୀ ମୋଦିଙ୍କୁ ଏକା ଏକା ଭେଟିବାକୁ ଚାହୁଁଥିଲେ।

ସେ ଯାହା ହେଉ ଯୋଗୀ ମନ୍ତ୍ରିମଣ୍ଡଳର ସଂପ୍ରସାରଣ କରି ଏହି ଦୁଇ ନେତାଙ୍କୁ ଏବେ ମନ୍ତ୍ରୀ କରିଛନ୍ତି।

Continue Reading

ରାଜନୀତି

ୱ।ଇଏସଆର କଂଗ୍ରେସ ଏମପି କ୍ରିଷ୍ଣ ରାଜୁ ଏବେ ଅଛୁଆଁ

Published

on

ନୂଆଦିଲ୍ଲୀ: ୱ।ଏସ ଆର କଂଗ୍ରେସର ଅସନ୍ତୁଷ୍ଟ ନେତା କେ ରଘୁ ରାମ କ୍ରିଷ୍ଣ ରାଜୁ ଏବେ ଦଳରେ ଅଛୁଆଁ ହୋଇ ପଡିଛନ୍ତି। ଏପରିକି ତାଂକ ହାତରୁ ଖାଇବାକୁ ମଧ୍ୟ ଦଳୀୟ ନେତାମାନେ ସଂକୋଚ ବୋଧ କରୁଛନ୍ତି। ଦଳର ନେତାମାନେ ତାଂକ ସହିତ କଥା ବି ହେଉ ନାହାନ୍ତି।

ଅତ୍ୟନ୍ତ ମେଳାପୀ ରାଜୁ ଆଗରୁ ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ନିଜ ଦଳର, ଶାସକ ଦଳର ଏବଂ ବିରୋଧୀ ଦଳର ଏମପିମାନକୁ ମିଠା ଜଳଖିଆ ଖୁଆଇ ରାଜୁ ବେଶ ଲୋକପ୍ରିୟ ଥିଲେ।

ହେଲେ ଆଜିକାଲି ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ତାଙ୍କ ମିଠା ଜଳଖିଆ ଆଉ ୱ।ଇଏସଆର କଂଗ୍ରେସ ଏମପିମାନେ ଖାଉ ନାହାନ୍ତି।

ୱ।ଇଏସଆର କଂଗ୍ରେସର ଏମପିମାନେ ଦଳର ସୁପ୍ରିମୋ ଜଗନ ରେଡ୍ଡୀଙ୍କ କ୍ରୋଧର ଶିକାର ହେବାକୁ ଚାହୁଁ

 

Continue Reading

ରାଜନୀତି

ବଜେପି ପ୍ରାକ୍ତନ ମୁଖପାତ୍ର ରାମ ମାଧବ ଏବେ ବହି ଲେଖୁଛନ୍ତି

Published

on

ନୂଆଦିଲ୍ଲୀ: ବିଜେପିର ପୂର୍ବତନ ଜାତୀୟ ସାଧାରଣ ସମ୍ପାଦକ ରାମ ମାଧବ ବର୍ତମାନ ବହି ଲେଖାରେ ବ୍ୟସ୍ତ। ଜେପି ନଡ୍ଡା ଟିମରୁ ବାଦ।ପଡିବା ପରେ ରାମ ମାଧବ ଆରଏସଏସକୁ ପୂର୍ଣକାଳୀନ ସେବା ପାଇଁ ଫେରି ଆସିଛନ୍ତି। ତେବେ ରାମ ମାଧବ ନିଜକୁ ଲେଖାଲେଖିରେ ନିୟୋଜିତ କରିଛନ୍ତି। ତାଙ୍କର ନୂଆ ବହି ‘ବିକଜ଼ ଇଣ୍ଡିଆ ଫାଷ୍ଟ’ ନିକଟରେ ପ୍ରକାଶିତ ହେବା ପରେ ସେ ବର୍ତମାନ ବିଜେପି ଚିନ୍ତକ ଦୀନଦୟାଲ ଉପାଧ୍ୟୟଙ୍କ ଜୀବନ ଦର୍ଶନକୁ ନେଇ ଏକ ପୁସ୍ତକ ଲେଖିବା ଆରମ୍ଭ କରିଛନ୍ତି। ପୁସ୍ତକରେ ଦୀନଦୟାଲ ଉପାଧ୍ୟାୟଙ୍କୁ ଦେଶର ରାଜନୈତିକ ଏବଂ ସାମାଜିକ କ୍ଷେତ୍ରରେ ଏକ ତୁଙ୍ଗ ନେତା ଭାବେ ଜାତୀୟସ୍ତରରେ ଉପସ୍ଥାପିତ କରିବାକୁ ରାମ ମାଧବ ଉଦ୍ୟମ କରିବେ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions