ଦେଶ ବିଦେଶ

ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Published

on

ନୂଆଦିଲ୍ଲୀ ୧୧/୬ : ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନୂଆଦିଲ୍ଲୀ ରାଷ୍ଟ୍ରପତି ଭବନରେ ମହାମହିମ ରାଷ୍ଟ୍ରପତି କୋବିନ୍ଦଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ । ସୂଚନା ମୁତାବକ, ସାକ୍ଷାତ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାରେ ତାଣ୍ଡବ ରଚିଯାଇଥିବା ବାତ୍ୟା ‘ଫୋନି’ ଜନିତ କ୍ଷୟକ୍ଷତି ସଂପର୍କରେ ରାଷ୍ଟ୍ରପତିଙ୍କୁ ଅବଗତ କରାଇଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ରାଜ୍ୟ ସରକାର ଫୋନି ମୁକାବିଲା ଲାଗି ଦେଇଥିବା ପଦକ୍ଷେପ ସଂପର୍କରେ ମଧ୍ୟ ସୂଚିତ କରିଥିଲେ। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମଧ୍ୟ ସାକ୍ଷାତ କରିଛନ୍ତି । ବାତ୍ୟା ‘ଫୋନି’ରେ କ୍ଷୟକ୍ଷତି ହୋଇଥିବା ଓଡ଼ିଶାକୁ କ୍ଷତିପୂରଣ ଦାବି କରିଥିଲେ । ୫୦୦୦କୋଟି ସହାୟତା ଲାଗି ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Leave a Reply

Your email address will not be published. Required fields are marked *

Trending

Exit mobile version