ରାଜ୍ୟ

୧୫ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା : ପାଣିପାଗ ବିଭାଗ

Published

on

ଭୁବନେଶ୍ୱର ୩/୬ : କାଳବୈଶାଖୀ ବର୍ଷା ହେବା ନେଇ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସନ୍ଧ୍ୟା ୫ଟା ୧୫ ମିନିଟ୍ ମଧ୍ୟରେ ରାଜ୍ୟର ୧୫ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହାସହ କାଳବୈଶାଖୀର ଆଶଙ୍କା ରହିଥିବା କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ନୂଆପଡ଼ା, ସୋନପୁର, ବରଗଡ଼, ବୌଦ୍ଧ, ନୟାଗଡ଼, ଅନୁଗୁଳ, ଝାରସୁଗୁଡ଼ା ଏବଂ ଢେଙ୍କାନାଳ ଭଳି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର । ସେହିପରି ରାଜ୍ୟର କିଛି ସ୍ଥାନରେ ମଧ୍ୟ ବର୍ଷା ମଧ୍ୟ ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ମିଳିଛି । ଅନ୍ୟପଟେ ବଜ୍ରପାତ ବିପଦ ଥିବାରୁ ଏହି ସବୁ ଜିଲ୍ଲାର ଲୋକମାନଙ୍କୁ ଆଗୁଆ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅନ୍ୟପଟେ ଆଜି ମଧ୍ୟ ରାଜ୍ୟ ବିଭିନ୍ନ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଅନ୍ୟପଟେ ରାଜ୍ୟର ୧୫ଟି ଜିଲ୍ଲାରେ କାଳବୈଶାଖୀ ସହ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ତରଫରୁ ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *

Trending

Exit mobile version