Connect with us

ଭୁବନେଶ୍ୱର ୯/୪ : ରାଜ୍ୟ ବିଜେଡ଼ି କାର‌୍ୟ୍ୟାଳୟରେ ଇସ୍ତାହାର ଜାରି କଲେ ମୁଖ୍ୟମନ୍ତ୍ର । କଂଗ୍ରେସ ଓ ବିଜେପି ପୂର୍ବରୁ ଉଭୟ ଜାତୀୟ ଓ ଆଚଳିକ ସ୍ତରରେ ଇସ୍ତାହାର ପ୍ରକାଶ କରିସାରିଛନ୍ତି । ଆଉ ମାତ୍ର ଗୋଟିଏ ଦିନର ବ୍ୟବଧାନରେ ପ୍ରଥମ ପର‌୍ୟ୍ୟାୟ ପାଇଁ ଭୋଟିଂ ହେବାକୁ ଥିବା ବେଳେ ବିଜେଡ଼ି ଆଜି ପ୍ରକାଶ କରିଛି ଇସ୍ତାହାର । ଭୋଟରଙ୍କୁ ପୁଣି ଥରେ ଆକୃଷ୍ଟ କରିବା ପାଇଁ ଶାସକ ଦଳ ବିଜେଡ଼ି ଘୋଷଣା କରିଛି ଇସ୍ତାହାର ପତ୍ର । ଇସ୍ତାହାର ଉନ୍ମୋଚନ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ପ୍ରସନ୍ନ ପାଟ୍ଟଶାଣୀ, ସସ୍ମିତ ପାତ୍ର, ଅମର ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ । ଇସ୍ତାହାର ଜାରି କରି ନବୀନ କହିଛି,ଆମେ ପ୍ରତିଶ୍ରୁତି ପାଳନ କରିଛୁ । ଅନ୍ୟ ଦଳ ପରି ଫାଙ୍କା ପ୍ରତିଶ୍ରୁତି ଦେଉନାହିଁ ।
ନିର୍ବାଚନୀ ବୈତରଣୀ ପାର କରିବା ପାଇଁ ବିଜେଡ଼ିର ଇସ୍ତାହାର । ପଞ୍ଚମ ଥର ଗାଦି ଅକ୍ତିଆର କରିବା ପାଇଁ ବିଜେଡ଼ି ଆଣିଲା ଇସ୍ତାହାର ପତ୍ର । ଲଗାତାର ୧୯ ବର୍ଷ ଧରି ଗାଦି ସମ୍ଭାଳିବା ପରେ ପୁଣି ଥରେ ଶାସନ କରିବାକୁ ଦଳର ଭିଜନକୁ ଜନତାଙ୍କ ସାମ୍ନାରେ ରଖିଛନ୍ତି ବିଜେଡ଼ି ସୁପ୍ରିମୋ । ଇସ୍ତାହାର ପ୍ରକାଶ କରିବା ସହ ଜନତାଙ୍କ ସାମ୍ନାରେ ରିପୋର୍ଟ କାର୍ଡ଼ ରଖିଛି ବିଜେଡ଼ି । ଇସ୍ତାହାର ନେଇ ଅମର ପଟ୍ଟନାୟକ ସୂଚନା ଦେଇଛନ୍ତି, ଘର ଘର ବୁଲି ମତ ସଂଗ୍ରହ ପରେ ଇସ୍ତାହାର ହୋଇଛି । ୨୦୧୪ରେ ଦେଇଥିବା ପ୍ରତିଶ୍ରୁତି ପୂରଣ କରିଛନ୍ତି । ୨୦୧୯ ପ୍ରତିଶ୍ରୁତି ମଧ୍ୟ ପୂରଣ କରିବୂୁ ବୋଲି ଅମର ପଟ୍ଟନାୟକ କହିଛନ୍ତି । କାଳିଆ ଯୋଜନାକୁ ସାରା ଦେଶରେ ପ୍ରଶଂସା ମିଳିଛି ।
ବିଜେଡ଼ିର ଇସ୍ତାହାର ଥିମ୍ ‘ନବୀନ ଓଡ଼ିଶା, ସଶକ୍ତ ଓଡ଼ିଶା, ମହିଳାମାନଙ୍କର ଶସକ୍ତିକରଣ, ଚାଷୀଙ୍କ ଶସକ୍ତିକରଣ ଓ ପଛୁଆ ବର୍ଗ ଲୋକଙ୍କ ଶସକ୍ତିକରଣ ଉପରେ ବିଜେଡ଼ିର ଇସ୍ତାହାରରେ ଗୁରୁତ୍ୱ ଦିଆଯାଇଛି । ଚାଷୀଙ୍କ ଉପରେ ଫୋକସ୍ କରିଛି ବିଜେଡ଼ି । କ୍ଷମତାକୁ ଆସିଲେ କାଳିଆ ଯୋଜନା ସବୁ ଦିନ ପାଇଁ ଚାଲିବ । ସରକାର ଗଠନର ପ୍ରଥମ ଦିନରେ ବାକି ଥିବା ୨୫ ଲକ୍ଷ ଚାଷୀଙ୍କ ଦୁଇଟି କିସ୍ତିର ୧୦,୦୦୦ ଟଙ୍କା ଏକା ଥରକେ ପ୍ରଦାନ କରାଯିବ। ୫୦ ହଜାର କୋଟି ଟଙ୍କା ଜଳସେଚନ ପାଇଁ ବ୍ୟୟ କରାଯିବ । ଯୁବଗୋଷ୍ଠୀଙ୍କ ଉପରେ ଇସ୍ତାହାରରେ ଗୁରୁତ୍ୱ ଦେଇ ସମସ୍ତ କଲେଜ , ୟୁନିଭର୍ସିଟିରେ ମାଗଣାରେ ୱାଇଫାଇ ଉପଲବ୍ଧ କରାଯିବ ବୋଲି ନବୀନ ପ୍ରତିଶ୍ରୁତି ଦେଇଛନ୍ତି । ଶୂନ୍ୟ ପ୍ରତିଶତ ସୁଧରେ ଶିକ୍ଷା ଋଣ ପ୍ରଦାନ କରାଯିବ ଶଷ୍ୟ ଋଣ ୫୦ ହଜାରରୁ ଏକ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯିବ । କାଳିଆ ଯୋଜନା ସହ କାଳିଆ ସ୍କୋଲାରସିପ୍ ମଧ୍ୟ ଜାରି ରହିବ । ପଂଚାୟତ ସ୍ତରରେ ଅଧିକ ଗୋଦାମ ଗୃହ ତିଆରି କରାଯିବ । ଧାନ ସଂଗ୍ରହ ପାଇଁ ଅଧିକ ବ୍ୟବସ୍ଥା କରାଯିବ ।
ଜଳସେଚନ ଉପରେ ଗରୁତ୍ୱ ଦେବେ ସରକାର । ଅଧିକ ୫୦ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ। ପ୍ରତି ପଞ୍ଚାୟତରେ କୃଷଜାତ ଦ୍ରବ୍ୟକୁ ସୁରକ୍ଷିତ ରଖିବା ପାଇଁ ଶୀତଳ ଭଣ୍ଡାର ଏବଂ ୱେରହାଉସ ଗଠନ କରାଯିବ

Nation

ଯୋଗୀଙ୍କୁ ମିଳୁନି ମୋଦିଙ୍କ ଦେଖା

Published

on

ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନ ଅଭିମୁଖୀ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଅଦିତ୍ୟନାଥଙ୍କୁ ମିଳୁନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦେଖା।

ଗତ ମାସରେ ପ୍ରଧାନମନ୍ତ୍ରୀଙ୍କୁ ଏକା ଏକା ଭେଟିବା ପାଇଁ ଯୋଗୀ ଅତି କମରେ ତିନି ତିନି ଥର ଅନୁରୋଧ କରିଥିଲେ ମଧ୍ୟ ତାଙ୍କୁ ସେ ସୁଯୋଗ ମିଳି ନଥିଲା।

ରାଜ୍ୟ ମନ୍ତ୍ରମଣ୍ଡଳରେ କଂଗ୍ରେସରୁ ଆସି ବିଜେପିରେ ଯୋଗ ଦେଇଥିବା ଜିତିନ ପ୍ରସାଦ ଏବଂ ସଞ୍ଜୟ ନିଷ।ଦଙ୍କୁ ସାମିଲ କରିବା ସମ୍ପର୍କରେ ଆଲୋଚନା ପାଇଁ ଯୋଗୀ ମୋଦିଙ୍କୁ ଏକା ଏକା ଭେଟିବାକୁ ଚାହୁଁଥିଲେ।

ସେ ଯାହା ହେଉ ଯୋଗୀ ମନ୍ତ୍ରିମଣ୍ଡଳର ସଂପ୍ରସାରଣ କରି ଏହି ଦୁଇ ନେତାଙ୍କୁ ଏବେ ମନ୍ତ୍ରୀ କରିଛନ୍ତି।

Continue Reading

ରାଜନୀତି

ୱ।ଇଏସଆର କଂଗ୍ରେସ ଏମପି କ୍ରିଷ୍ଣ ରାଜୁ ଏବେ ଅଛୁଆଁ

Published

on

ନୂଆଦିଲ୍ଲୀ: ୱ।ଏସ ଆର କଂଗ୍ରେସର ଅସନ୍ତୁଷ୍ଟ ନେତା କେ ରଘୁ ରାମ କ୍ରିଷ୍ଣ ରାଜୁ ଏବେ ଦଳରେ ଅଛୁଆଁ ହୋଇ ପଡିଛନ୍ତି। ଏପରିକି ତାଂକ ହାତରୁ ଖାଇବାକୁ ମଧ୍ୟ ଦଳୀୟ ନେତାମାନେ ସଂକୋଚ ବୋଧ କରୁଛନ୍ତି। ଦଳର ନେତାମାନେ ତାଂକ ସହିତ କଥା ବି ହେଉ ନାହାନ୍ତି।

ଅତ୍ୟନ୍ତ ମେଳାପୀ ରାଜୁ ଆଗରୁ ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ନିଜ ଦଳର, ଶାସକ ଦଳର ଏବଂ ବିରୋଧୀ ଦଳର ଏମପିମାନକୁ ମିଠା ଜଳଖିଆ ଖୁଆଇ ରାଜୁ ବେଶ ଲୋକପ୍ରିୟ ଥିଲେ।

ହେଲେ ଆଜିକାଲି ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ତାଙ୍କ ମିଠା ଜଳଖିଆ ଆଉ ୱ।ଇଏସଆର କଂଗ୍ରେସ ଏମପିମାନେ ଖାଉ ନାହାନ୍ତି।

ୱ।ଇଏସଆର କଂଗ୍ରେସର ଏମପିମାନେ ଦଳର ସୁପ୍ରିମୋ ଜଗନ ରେଡ୍ଡୀଙ୍କ କ୍ରୋଧର ଶିକାର ହେବାକୁ ଚାହୁଁ

 

Continue Reading

ରାଜନୀତି

ବଜେପି ପ୍ରାକ୍ତନ ମୁଖପାତ୍ର ରାମ ମାଧବ ଏବେ ବହି ଲେଖୁଛନ୍ତି

Published

on

ନୂଆଦିଲ୍ଲୀ: ବିଜେପିର ପୂର୍ବତନ ଜାତୀୟ ସାଧାରଣ ସମ୍ପାଦକ ରାମ ମାଧବ ବର୍ତମାନ ବହି ଲେଖାରେ ବ୍ୟସ୍ତ। ଜେପି ନଡ୍ଡା ଟିମରୁ ବାଦ।ପଡିବା ପରେ ରାମ ମାଧବ ଆରଏସଏସକୁ ପୂର୍ଣକାଳୀନ ସେବା ପାଇଁ ଫେରି ଆସିଛନ୍ତି। ତେବେ ରାମ ମାଧବ ନିଜକୁ ଲେଖାଲେଖିରେ ନିୟୋଜିତ କରିଛନ୍ତି। ତାଙ୍କର ନୂଆ ବହି ‘ବିକଜ଼ ଇଣ୍ଡିଆ ଫାଷ୍ଟ’ ନିକଟରେ ପ୍ରକାଶିତ ହେବା ପରେ ସେ ବର୍ତମାନ ବିଜେପି ଚିନ୍ତକ ଦୀନଦୟାଲ ଉପାଧ୍ୟୟଙ୍କ ଜୀବନ ଦର୍ଶନକୁ ନେଇ ଏକ ପୁସ୍ତକ ଲେଖିବା ଆରମ୍ଭ କରିଛନ୍ତି। ପୁସ୍ତକରେ ଦୀନଦୟାଲ ଉପାଧ୍ୟାୟଙ୍କୁ ଦେଶର ରାଜନୈତିକ ଏବଂ ସାମାଜିକ କ୍ଷେତ୍ରରେ ଏକ ତୁଙ୍ଗ ନେତା ଭାବେ ଜାତୀୟସ୍ତରରେ ଉପସ୍ଥାପିତ କରିବାକୁ ରାମ ମାଧବ ଉଦ୍ୟମ କରିବେ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions