Connect with us

ନୂଆଦିଲ୍ଲୀ ୧୫/୫ : ମେ ୨୩ରେ ଆସିବ ୨୦୧୯ ମହାଯୁଦ୍ଧର ଫଳାଫଳ । ରେଜଲ୍ଟ ଆସିବା ପୂର୍ବରୁ ରାଜନୈତକ ବାତବାରଣ ସରଗରମ ହୋଇଛି । ଉଭୟ କଂଗ୍ରେସ ଓ ବିଜେପି ଅଣ-ଏନଡିଏ ଦଳକୁ ନିଜ ଆଡକୁ ଆଣିବାକୁ ଏବେ ଠାରୁ ଉଦ୍ୟମ ଆରମ୍ଭ କରି ଦେଇଛନ୍ତି । ଆଉ ଏହି ପରିପେକ୍ଷୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ହଟାଇବା ପାଇଁ ଉପା ଅଧ୍ୟକ୍ଷ ସୋନିଆ ଗାନ୍ଧୀ ବିରୋଧୀଙ୍କୁ ଏକାଠି କରିବା ପାଇଁ ଲାଗିଯାଇଛନ୍ତି । ବିରୋଧୀ ଦଳ ଗୁଡ଼ିକର ପ୍ରମୁଖ ନେତାମାନଙ୍କୁ ଯୋଗାଯୋଗ କରୁଛନ୍ତି । ଏଥିରୁ ସ୍ପଷ୍ଟ ହେଉଛି ଫଳାଫଳା ଆସିବା ପୂର୍ବରୁ ବିରୋଧୀ ଦଳର ନେତାଙ୍କୁ ଏକାଠି କରିବା ସହ ଏହାର ନେତୃତ୍ୱ ମଧ୍ୟ ନେଉଛନ୍ତି ସୋନିଆ ଗାନ୍ଧୀ ।
ଲୋକସଭା ନିର୍ବାଚନ ଏବେ ଶେଷ ହୋଇନାହିଁ । ବିରୋଧୀ ଦଳ ନେତାମାନେ ମହାମେଂଟର ପାଇଁ ଅଙ୍କକଷା ଆରମ୍ଭ କରି ଦେଲେଣି । ସରକାର ଗଢ଼ିବା ପାଇଁ ତଥା ମୋଦିଙ୍କୁ ଗାଦିଚ୍ୟୁତ କରିବା ପାଇଁ ଅଂଟା ଭିଡ଼ିଲେଣି ବିରୋଧୀ । ବିରୋଧୀ ଏକତାକୁ ଅଧିକ ସୁଦୃଢ କରିବାକୁ ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧି ୨୩ ତାରିଖରେ ୟୁପିଏ ସହଯୋଗୀଙ୍କ ସହ କିଛି ଅଣ-ଏନଡିଏ ଦଳର ବୈଠକ ଡାକିଛନ୍ତି । ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁସାରେ, ବିଜୁ ଜନତା ଦଳ, ତେଲୁଗୁ ଦେଶମ, ୱାଇଏସଆର କଂଗ୍ରେସ ଓ ତେଲେଙ୍ଗାନା ରାଷ୍ଟ୍ର ସମିତିକୁ ଚିଠି ଲେଖିଛନ୍ତି ସୋନିଆ ଗାନ୍ଧି । ଭୋଟଗଣତି ଦିନରେ ଏହି ବୈଠକକୁ ବେଶ ଗୁରୁତ୍ୱ ଦିଆଯାଉଛି । ଏନଡିଏକୁ ସଂଖ୍ୟାଗରିଷ୍ଠ ନ ମିଳିଲେ ଏହି ବୈଠକରେ ରାଜନୈତିକ ଭବିଷ୍ୟତ ପନ୍ଥା ନିର୍ଦ୍ଧାରଣ କରାଯାଇପାରେ ।
ଖବର ଅନୁସାରେ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଳନାଥ, ନବୀନ ପଟ୍ଟନାୟକଙ୍କୁ ଫୋନ କରି ଏହି ବୈଠକରେ ଯୋଗଦେବାକୁ ଅନୁରୋଧ କରିଛନ୍ତି । ଏହି ସମୟରେ ବିଜେଡିର ଆଭିମୁଖ୍ୟ ଉପରେ ସମସ୍ତଙ୍କ ନଜର ରହିଛି । ତେବେ ବିଜେଡି ମୁଖପାତ୍ର ପ୍ରତାପ ଦେବ କହିଛନ୍ତି, ଫଳାଫଳ ଆସିବା ପରେ ହିଁ ଦଳ ନିଜର ସ୍ଥିତି ସ୍ପଷ୍ଟ କରିବ । ପୂର୍ବରୁ ମୋଦି ମଧ୍ୟ ଓଡିଶା ଆସି ନବୀନ ପଟ୍ଟନାୟକଙ୍କୁ ପ୍ରଂଶସା କରିସାରିଛନ୍ତି । ତେଣୁ ଏଭଳି ସ୍ଥିତିରେ ବିଜେଡିର ଆଭିମୁଖ୍ୟ ଉପରେ ସମସ୍ତଙ୍କ ନଜର ରହିଛି ।

Nation

ଯୋଗୀଙ୍କୁ ମିଳୁନି ମୋଦିଙ୍କ ଦେଖା

Published

on

ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନ ଅଭିମୁଖୀ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଅଦିତ୍ୟନାଥଙ୍କୁ ମିଳୁନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦେଖା।

ଗତ ମାସରେ ପ୍ରଧାନମନ୍ତ୍ରୀଙ୍କୁ ଏକା ଏକା ଭେଟିବା ପାଇଁ ଯୋଗୀ ଅତି କମରେ ତିନି ତିନି ଥର ଅନୁରୋଧ କରିଥିଲେ ମଧ୍ୟ ତାଙ୍କୁ ସେ ସୁଯୋଗ ମିଳି ନଥିଲା।

ରାଜ୍ୟ ମନ୍ତ୍ରମଣ୍ଡଳରେ କଂଗ୍ରେସରୁ ଆସି ବିଜେପିରେ ଯୋଗ ଦେଇଥିବା ଜିତିନ ପ୍ରସାଦ ଏବଂ ସଞ୍ଜୟ ନିଷ।ଦଙ୍କୁ ସାମିଲ କରିବା ସମ୍ପର୍କରେ ଆଲୋଚନା ପାଇଁ ଯୋଗୀ ମୋଦିଙ୍କୁ ଏକା ଏକା ଭେଟିବାକୁ ଚାହୁଁଥିଲେ।

ସେ ଯାହା ହେଉ ଯୋଗୀ ମନ୍ତ୍ରିମଣ୍ଡଳର ସଂପ୍ରସାରଣ କରି ଏହି ଦୁଇ ନେତାଙ୍କୁ ଏବେ ମନ୍ତ୍ରୀ କରିଛନ୍ତି।

Continue Reading

ରାଜନୀତି

ୱ।ଇଏସଆର କଂଗ୍ରେସ ଏମପି କ୍ରିଷ୍ଣ ରାଜୁ ଏବେ ଅଛୁଆଁ

Published

on

ନୂଆଦିଲ୍ଲୀ: ୱ।ଏସ ଆର କଂଗ୍ରେସର ଅସନ୍ତୁଷ୍ଟ ନେତା କେ ରଘୁ ରାମ କ୍ରିଷ୍ଣ ରାଜୁ ଏବେ ଦଳରେ ଅଛୁଆଁ ହୋଇ ପଡିଛନ୍ତି। ଏପରିକି ତାଂକ ହାତରୁ ଖାଇବାକୁ ମଧ୍ୟ ଦଳୀୟ ନେତାମାନେ ସଂକୋଚ ବୋଧ କରୁଛନ୍ତି। ଦଳର ନେତାମାନେ ତାଂକ ସହିତ କଥା ବି ହେଉ ନାହାନ୍ତି।

ଅତ୍ୟନ୍ତ ମେଳାପୀ ରାଜୁ ଆଗରୁ ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ନିଜ ଦଳର, ଶାସକ ଦଳର ଏବଂ ବିରୋଧୀ ଦଳର ଏମପିମାନକୁ ମିଠା ଜଳଖିଆ ଖୁଆଇ ରାଜୁ ବେଶ ଲୋକପ୍ରିୟ ଥିଲେ।

ହେଲେ ଆଜିକାଲି ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ତାଙ୍କ ମିଠା ଜଳଖିଆ ଆଉ ୱ।ଇଏସଆର କଂଗ୍ରେସ ଏମପିମାନେ ଖାଉ ନାହାନ୍ତି।

ୱ।ଇଏସଆର କଂଗ୍ରେସର ଏମପିମାନେ ଦଳର ସୁପ୍ରିମୋ ଜଗନ ରେଡ୍ଡୀଙ୍କ କ୍ରୋଧର ଶିକାର ହେବାକୁ ଚାହୁଁ

 

Continue Reading

ରାଜନୀତି

ବଜେପି ପ୍ରାକ୍ତନ ମୁଖପାତ୍ର ରାମ ମାଧବ ଏବେ ବହି ଲେଖୁଛନ୍ତି

Published

on

ନୂଆଦିଲ୍ଲୀ: ବିଜେପିର ପୂର୍ବତନ ଜାତୀୟ ସାଧାରଣ ସମ୍ପାଦକ ରାମ ମାଧବ ବର୍ତମାନ ବହି ଲେଖାରେ ବ୍ୟସ୍ତ। ଜେପି ନଡ୍ଡା ଟିମରୁ ବାଦ।ପଡିବା ପରେ ରାମ ମାଧବ ଆରଏସଏସକୁ ପୂର୍ଣକାଳୀନ ସେବା ପାଇଁ ଫେରି ଆସିଛନ୍ତି। ତେବେ ରାମ ମାଧବ ନିଜକୁ ଲେଖାଲେଖିରେ ନିୟୋଜିତ କରିଛନ୍ତି। ତାଙ୍କର ନୂଆ ବହି ‘ବିକଜ଼ ଇଣ୍ଡିଆ ଫାଷ୍ଟ’ ନିକଟରେ ପ୍ରକାଶିତ ହେବା ପରେ ସେ ବର୍ତମାନ ବିଜେପି ଚିନ୍ତକ ଦୀନଦୟାଲ ଉପାଧ୍ୟୟଙ୍କ ଜୀବନ ଦର୍ଶନକୁ ନେଇ ଏକ ପୁସ୍ତକ ଲେଖିବା ଆରମ୍ଭ କରିଛନ୍ତି। ପୁସ୍ତକରେ ଦୀନଦୟାଲ ଉପାଧ୍ୟାୟଙ୍କୁ ଦେଶର ରାଜନୈତିକ ଏବଂ ସାମାଜିକ କ୍ଷେତ୍ରରେ ଏକ ତୁଙ୍ଗ ନେତା ଭାବେ ଜାତୀୟସ୍ତରରେ ଉପସ୍ଥାପିତ କରିବାକୁ ରାମ ମାଧବ ଉଦ୍ୟମ କରିବେ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions