Connect with us

ଭୁବନେଶ୍ୱର ୨୧/୫ : ବିଜେପି ମ୍ୟାଜିକ୍ ନମ୍ବର ହାସଲ ପାଇଁ ଟିଆରଏସ୍, ବିଜେଡି ପ୍ରମୁଖଙ୍କ ସମର୍ଥନ ନେଇପାରେ। ଏଭଳି ଏକ ଚର୍ଚ୍ଚା ଆସନ୍ତା ୨୩ ତାରିଖରେ କି ରୂପ ନେବ, ତାହା ଏବେଠାରୁ ଆକଳନ କରିବା ମୁସ୍କିଲ। କିନ୍ତୁ କୌତୂହଳର ଏନଡିଏ ସରକାରକୁ ପୂର୍ଣ୍ଣ ବହୁମତ ମିଳିବ ବୋଲି ପୂର୍ବାନୁମାନ ପରେ ବି ଜାତୀୟ ଗଣମାଧ୍ୟମରେ ଆଞ୍ଚଳିକ ଦଳର ଭୂମିକା ନେଇ ଆଲୋଚନା ଥମୁନି। ବିଜେଡି ଭଳି ରାଜନୈତିକ ଦଳର କେନ୍ଦ୍ରୀୟ ଆଭିମୁଖ୍ୟ ସଂପର୍କରେ ଗଣମାଧ୍ୟମ କଥା ଉଠାଇଲାଣି। ଏଣୁ ଜାତୀୟ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେବା ଛଳରେ ବିଜେଡି ତାର କେନ୍ଦ୍ର ଆଭିମୁଖ୍ୟ ସ୍ପଷ୍ଟ କରିଛି। ଦଳର ମୁଖପାତ୍ର ଅମର ପଟ୍ଟନାୟକ କହିଛନ୍ତି, ପୂର୍ବରୁ ମୁଖ୍ୟମନ୍ତ୍ରୀ କହିସାରିଛନ୍ତି ଯେ ଓଡ଼ିଶା ପାଇଁ ୨୦୧୯ ନିର୍ବାଚନ ଅପୂର୍ବ ସୁଯୋଗ। ଓଡ଼ିଶାକୁ ଯିଏ ସହଯୋଗ କରିବ, ତାକୁ ଦଳ ସମର୍ଥନ ଜଣାଇବାକୁ ଦ୍ବିଧା କରିବ ନାହିଁ।
ଦଳର ମୁଖପାତ୍ର ଶ୍ରୀ ପଟ୍ଟନାୟକ ସହଯୋଗର ସଂଜ୍ଞା ଖୋଲି ଆହୁରି ପାଦେ ଆଗକୁ ଯାଇଛନ୍ତି। କହିଛନ୍ତି, ଓଡ଼ିଶାକୁ ଗତ ଦିନରେ ଉପା ଓ ଏନଡିଏ ସରକାର ଅବହେଳା କରିଛନ୍ତି। ଦୁଇ ଦଶନ୍ଧିର ଦାବି ଯିଏ ପୂରଣ କରିବ, ଏଥର କିନ୍ତୁ ତାକୁ ସମର୍ଥନ କରିପାରେ ବିଜେଡି। ସ୍ବତନ୍ତ୍ର ରାଜ୍ୟ ପାହ୍ୟା ପ୍ରସଙ୍ଗ କଥା ଏହି ସର୍ତ ମଧ୍ୟରୁ ଗୋଟିଏ। କେବଳ ସେତିକି ନୁହେଁ, କୋଇଲା ରୟାଲଟି ଠାରୁ ଆରମ୍ଭକରି ଓଡ଼ିଶା ସରକାର ଯେଉଁ ସବୁ ଦାବି ରଖିଆସିଛନ୍ତି, ତାକୁ ହାସଲ ପାଇଁ ପଦକ୍ଷେପ ନେବା ସରକାରକୁ ଦଳ ସମର୍ଥନ ଦେବାକୁ ଚାହିଁବ। ଅର୍ଥାତ୍, ନିର୍ବାଚନ ପୂର୍ବରୁ ବିଜେପି ଓ କଂଗ୍ରେସ ମେଣ୍ଟ ଠାରୁ ସମଦୂରତ୍ବ ରହିବା ନିଷ୍ପତ୍ତିରୁ ବିଜେଡି ଏ ପାଳି ଓହରିଯିବା ସମ୍ଭାବନା ଅଧିକ।

Nation

ଯୋଗୀଙ୍କୁ ମିଳୁନି ମୋଦିଙ୍କ ଦେଖା

Published

on

ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନ ଅଭିମୁଖୀ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଅଦିତ୍ୟନାଥଙ୍କୁ ମିଳୁନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦେଖା।

ଗତ ମାସରେ ପ୍ରଧାନମନ୍ତ୍ରୀଙ୍କୁ ଏକା ଏକା ଭେଟିବା ପାଇଁ ଯୋଗୀ ଅତି କମରେ ତିନି ତିନି ଥର ଅନୁରୋଧ କରିଥିଲେ ମଧ୍ୟ ତାଙ୍କୁ ସେ ସୁଯୋଗ ମିଳି ନଥିଲା।

ରାଜ୍ୟ ମନ୍ତ୍ରମଣ୍ଡଳରେ କଂଗ୍ରେସରୁ ଆସି ବିଜେପିରେ ଯୋଗ ଦେଇଥିବା ଜିତିନ ପ୍ରସାଦ ଏବଂ ସଞ୍ଜୟ ନିଷ।ଦଙ୍କୁ ସାମିଲ କରିବା ସମ୍ପର୍କରେ ଆଲୋଚନା ପାଇଁ ଯୋଗୀ ମୋଦିଙ୍କୁ ଏକା ଏକା ଭେଟିବାକୁ ଚାହୁଁଥିଲେ।

ସେ ଯାହା ହେଉ ଯୋଗୀ ମନ୍ତ୍ରିମଣ୍ଡଳର ସଂପ୍ରସାରଣ କରି ଏହି ଦୁଇ ନେତାଙ୍କୁ ଏବେ ମନ୍ତ୍ରୀ କରିଛନ୍ତି।

Continue Reading

ରାଜନୀତି

ୱ।ଇଏସଆର କଂଗ୍ରେସ ଏମପି କ୍ରିଷ୍ଣ ରାଜୁ ଏବେ ଅଛୁଆଁ

Published

on

ନୂଆଦିଲ୍ଲୀ: ୱ।ଏସ ଆର କଂଗ୍ରେସର ଅସନ୍ତୁଷ୍ଟ ନେତା କେ ରଘୁ ରାମ କ୍ରିଷ୍ଣ ରାଜୁ ଏବେ ଦଳରେ ଅଛୁଆଁ ହୋଇ ପଡିଛନ୍ତି। ଏପରିକି ତାଂକ ହାତରୁ ଖାଇବାକୁ ମଧ୍ୟ ଦଳୀୟ ନେତାମାନେ ସଂକୋଚ ବୋଧ କରୁଛନ୍ତି। ଦଳର ନେତାମାନେ ତାଂକ ସହିତ କଥା ବି ହେଉ ନାହାନ୍ତି।

ଅତ୍ୟନ୍ତ ମେଳାପୀ ରାଜୁ ଆଗରୁ ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ନିଜ ଦଳର, ଶାସକ ଦଳର ଏବଂ ବିରୋଧୀ ଦଳର ଏମପିମାନକୁ ମିଠା ଜଳଖିଆ ଖୁଆଇ ରାଜୁ ବେଶ ଲୋକପ୍ରିୟ ଥିଲେ।

ହେଲେ ଆଜିକାଲି ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ତାଙ୍କ ମିଠା ଜଳଖିଆ ଆଉ ୱ।ଇଏସଆର କଂଗ୍ରେସ ଏମପିମାନେ ଖାଉ ନାହାନ୍ତି।

ୱ।ଇଏସଆର କଂଗ୍ରେସର ଏମପିମାନେ ଦଳର ସୁପ୍ରିମୋ ଜଗନ ରେଡ୍ଡୀଙ୍କ କ୍ରୋଧର ଶିକାର ହେବାକୁ ଚାହୁଁ

 

Continue Reading

ରାଜନୀତି

ବଜେପି ପ୍ରାକ୍ତନ ମୁଖପାତ୍ର ରାମ ମାଧବ ଏବେ ବହି ଲେଖୁଛନ୍ତି

Published

on

ନୂଆଦିଲ୍ଲୀ: ବିଜେପିର ପୂର୍ବତନ ଜାତୀୟ ସାଧାରଣ ସମ୍ପାଦକ ରାମ ମାଧବ ବର୍ତମାନ ବହି ଲେଖାରେ ବ୍ୟସ୍ତ। ଜେପି ନଡ୍ଡା ଟିମରୁ ବାଦ।ପଡିବା ପରେ ରାମ ମାଧବ ଆରଏସଏସକୁ ପୂର୍ଣକାଳୀନ ସେବା ପାଇଁ ଫେରି ଆସିଛନ୍ତି। ତେବେ ରାମ ମାଧବ ନିଜକୁ ଲେଖାଲେଖିରେ ନିୟୋଜିତ କରିଛନ୍ତି। ତାଙ୍କର ନୂଆ ବହି ‘ବିକଜ଼ ଇଣ୍ଡିଆ ଫାଷ୍ଟ’ ନିକଟରେ ପ୍ରକାଶିତ ହେବା ପରେ ସେ ବର୍ତମାନ ବିଜେପି ଚିନ୍ତକ ଦୀନଦୟାଲ ଉପାଧ୍ୟୟଙ୍କ ଜୀବନ ଦର୍ଶନକୁ ନେଇ ଏକ ପୁସ୍ତକ ଲେଖିବା ଆରମ୍ଭ କରିଛନ୍ତି। ପୁସ୍ତକରେ ଦୀନଦୟାଲ ଉପାଧ୍ୟାୟଙ୍କୁ ଦେଶର ରାଜନୈତିକ ଏବଂ ସାମାଜିକ କ୍ଷେତ୍ରରେ ଏକ ତୁଙ୍ଗ ନେତା ଭାବେ ଜାତୀୟସ୍ତରରେ ଉପସ୍ଥାପିତ କରିବାକୁ ରାମ ମାଧବ ଉଦ୍ୟମ କରିବେ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions