Connect with us

ଭୁବନେଶ୍ୱର ୨୪/୫ : ସୁରେନ୍ଦ୍ର କୁମାରଙ୍କ ସୂଚାନ ଅନୁଯାୟୀ, ବର୍ତ୍ତମାନ ସୁଦ୍ଧା ଲୋକସଭା ନିର୍ବାଚନ ମଣ୍ଡଳୀରେ ଆସ୍କା ନିର୍ବାଚନ ମଣ୍ଡଳୀରେ ବିଜେଡି ପ୍ରମିଳା ବିଶୋଇ ବିଜୟୀ ହୋଇଥିବା ବେଳେ ବାଲେଶ୍ୱର ନିର୍ବାଚନ ମଣ୍ଡଳୀରେ ବିଜେପି ପ୍ରାର୍ଥୀ ପ୍ରତାପ ଷଡଙ୍ଗୀ ଆଗୁଆ ଅଛନ୍ତି । ତେବେ ଭୋଟ ଗଣତି ଶେଷ ହୋଇଥିଲେ ସୁଦ୍ଧା ଯାଂଚ ପରେ ତାଙ୍କୁ ବିଜୟୀ ଘୋଷଣା କରାଯିବ । ସେହିଭଳି ବରଗଡରେ ବିଜେପିର ସୁରେଶ ପୂଜାରୀ ବିଜୟୀ ଘୋଷିତ ହୋଇଛନ୍ତି । ବ୍ରହ୍ମପୁରରେ ଚନ୍ଦ୍ର ଶେଖର ସାହୁ ବର୍ତ୍ତମାନ ସୁଦ୍ଧା ଆଗରେ ଅଛନ୍ତି । ଭଦ୍ରକରେ ବିଜେଡି ଲୋକସଭା ପ୍ରାର୍ଥୀ ଶ୍ରୀମତି ମଂଜୁଲତା ମଣ୍ଡଳୀ ବିଜୟୀ ଥିବା ବେଳେ ଆଉ କିଛି ସମୟ ପରେ ଏନେଇ ବିଧିବଧ ଭାବେ ଘୋଷଣା କରାଯିବ । ଭୁବନେଶ୍ୱରରେ ବିଜେପି ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ବିଜୟୀ ହୋଇଛନ୍ତି । ସେହିଭଳି ବଲାଙ୍ଗିରରେ ବିଜେପି ପ୍ରାର୍ଥୀ ସଂଗୀତା ସିଂହଦେଓ ବିଜୟୀ ହୋଇଥିବା ବେଳେ କଟକ ଲୋକସଭା ଆସନରେ ବିଜେଡି ପ୍ରାର୍ଥୀ ଭର୍ତ୍ତୃହରି ମହତାବ ବିଜୟୀ ହୋଇଛନ୍ତି ।
ଢେଙ୍କାନାଳ ଲୋକସଭା ଆସନରେ ମହେଶ ସାହୁଙ୍କର ଭୋଟ ଗଣତି ଶେଷ ହୋଇଥିବା ବେଳେ ଆଉ ମାତ୍ର କିଛି ସମୟ ପରେ ତାଙ୍କ ରେଜଲ୍ଟ ଘୋଷଣା କରାଯିବା ନେଇ ସୂଚନା ଦେଇଛନ୍ତି ସିଇଓ । ଜଗତସିଂହପୁର ନିର୍ବାଚନ ମଣ୍ଡଳିରେ ବିଜେଡି ପ୍ରାର୍ଥୀ ରାଜଶ୍ରୀ ମଲ୍ଲିକ ଆଗୁଆ ରହିଥିବା ବେଳେ ଆଉ କିଛି ସମୟ ପରେ ବିଜୟୀ ଘୋଷଣା କରାଯିବ । ସେହିଭଳି ଯାଜପୁର ନିର୍ବାଚନ ମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଶର୍ମିଷ୍ଠା ସେଠୀ ବିଜୟୀ ଘୋଷଣା କରାଯାଇଛି । କଳାହାଣ୍ଡିରେ ବିଜେପି ପ୍ରାର୍ଥୀ ବସନ୍ତ ପଣ୍ଡା ଆଗୁଆ ଥିବା ବେଳେ ବିଜୟୀ ଘୋଷିତ ଆଉ କିଛି ସମୟ ପରେ କରାଯିବ । କନ୍ଧମାଳରେ ଅଚ୍ୟୁତ ସାମନ୍ତ ବିଜୟୀ ଘୋଷିତ ହୋଇଥିବା ବେଳେ କେନ୍ଦ୍ରାପଡାରେ ବିଜେଡି ପ୍ରାର୍ଥୀ ଅନୁଭବ ମହାନ୍ତି ବିଜୟୀ ଘୋଷିତ ହୋଇଛନ୍ତି ।
କେନ୍ଦୁଝର ଲୋକସଭା ମଣ୍ଡଳିରେ ବିଜେଡି ପ୍ରାର୍ଥୀନୀ ଚନ୍ଦ୍ରାଣୀ ମୁର୍ମୁ ଆଗୁଆ ଥିବା ବେଳେ ଆଉ କିଛି ସମୟରେ ପରେ ବିଜୟୀ ନେଇ ଘୋଷଣା ହେବ । କୋରାପୁଟରେ କଂଗ୍ରେସ ପ୍ରାର୍ଥୀ ସପ୍ତଗିରି ଉଲ୍ଲାକା ବିଜୟୀ ହୋଇଛନ୍ତି । ମୟୁରଭଂଜରେ ବିଜେପି ପ୍ରାର୍ଥୀ ବିଶେଶ୍ୱର ଟୁଟୁ ଆଗୁଆ ଅଛନ୍ତି । ନବରଙ୍ଗପୁରରେ ବିଜେଡି ପ୍ରାର୍ଥୀ ରମେଶ ମାଝି ଆଗୁଆ ଅଛନ୍ତି । ପୁରୀରେ ବିଜେଡି ପ୍ରାର୍ଥୀ ପିନାକୀ ମିଶ୍ର ବିଜୟୀ ଘୋଷିତ ହୋଇଛନ୍ତି । ସେହିଭଳି ସମ୍ବଲପୁରରେ ବିଜେପି ପ୍ରାର୍ଥୀ ନିତିଶ ଗଙ୍ଗଦେବ ଆଗୁଆ ଅଛନ୍ତି । ସୁନ୍ଦରଗଡରେ ବିଜେପି ପ୍ରାର୍ଥୀ ଜୁଏଲ ଓରାମ ବିଜୟୀ ଘୋଷିତ ହୋଇଛନ୍ତି ।
ତେବେ ଏଭଳି ଭାବରେ ବିଜେଡି ୧୨ଟି ଆସନରେ ଆଗୁଆ ଥିବା ବେଳେ ବିଜେପି ୮ଟି ଆସନରେ ଆଗରେ ଏବଂ କଂଗ୍ରେସ ଗୋଟିଏ ଆସନରେ ଆଗୁଆ ଅଛନ୍ତି । ତେବେ ଭୋଟ ଗଣତି ଶେଷ ହୋଇଥିବା ବେଳେ ଯାଂଚ ପରତାଳ ପରେ ବିଧିବିଧ ଭାବେ ଘୋଷଣା କରାଯିବା ନେଇ କହିଛନ୍ତି ରାଜ୍ୟ ନିର୍ବାଚନ ଅଧିକାରୀ ଶ୍ରୀଯୁକ୍ତ ସୁରେନ୍ଦ୍ର କୁମାର ।

Nation

ଯୋଗୀଙ୍କୁ ମିଳୁନି ମୋଦିଙ୍କ ଦେଖା

Published

on

ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନ ଅଭିମୁଖୀ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଅଦିତ୍ୟନାଥଙ୍କୁ ମିଳୁନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦେଖା।

ଗତ ମାସରେ ପ୍ରଧାନମନ୍ତ୍ରୀଙ୍କୁ ଏକା ଏକା ଭେଟିବା ପାଇଁ ଯୋଗୀ ଅତି କମରେ ତିନି ତିନି ଥର ଅନୁରୋଧ କରିଥିଲେ ମଧ୍ୟ ତାଙ୍କୁ ସେ ସୁଯୋଗ ମିଳି ନଥିଲା।

ରାଜ୍ୟ ମନ୍ତ୍ରମଣ୍ଡଳରେ କଂଗ୍ରେସରୁ ଆସି ବିଜେପିରେ ଯୋଗ ଦେଇଥିବା ଜିତିନ ପ୍ରସାଦ ଏବଂ ସଞ୍ଜୟ ନିଷ।ଦଙ୍କୁ ସାମିଲ କରିବା ସମ୍ପର୍କରେ ଆଲୋଚନା ପାଇଁ ଯୋଗୀ ମୋଦିଙ୍କୁ ଏକା ଏକା ଭେଟିବାକୁ ଚାହୁଁଥିଲେ।

ସେ ଯାହା ହେଉ ଯୋଗୀ ମନ୍ତ୍ରିମଣ୍ଡଳର ସଂପ୍ରସାରଣ କରି ଏହି ଦୁଇ ନେତାଙ୍କୁ ଏବେ ମନ୍ତ୍ରୀ କରିଛନ୍ତି।

Continue Reading

ରାଜନୀତି

ୱ।ଇଏସଆର କଂଗ୍ରେସ ଏମପି କ୍ରିଷ୍ଣ ରାଜୁ ଏବେ ଅଛୁଆଁ

Published

on

ନୂଆଦିଲ୍ଲୀ: ୱ।ଏସ ଆର କଂଗ୍ରେସର ଅସନ୍ତୁଷ୍ଟ ନେତା କେ ରଘୁ ରାମ କ୍ରିଷ୍ଣ ରାଜୁ ଏବେ ଦଳରେ ଅଛୁଆଁ ହୋଇ ପଡିଛନ୍ତି। ଏପରିକି ତାଂକ ହାତରୁ ଖାଇବାକୁ ମଧ୍ୟ ଦଳୀୟ ନେତାମାନେ ସଂକୋଚ ବୋଧ କରୁଛନ୍ତି। ଦଳର ନେତାମାନେ ତାଂକ ସହିତ କଥା ବି ହେଉ ନାହାନ୍ତି।

ଅତ୍ୟନ୍ତ ମେଳାପୀ ରାଜୁ ଆଗରୁ ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ନିଜ ଦଳର, ଶାସକ ଦଳର ଏବଂ ବିରୋଧୀ ଦଳର ଏମପିମାନକୁ ମିଠା ଜଳଖିଆ ଖୁଆଇ ରାଜୁ ବେଶ ଲୋକପ୍ରିୟ ଥିଲେ।

ହେଲେ ଆଜିକାଲି ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ତାଙ୍କ ମିଠା ଜଳଖିଆ ଆଉ ୱ।ଇଏସଆର କଂଗ୍ରେସ ଏମପିମାନେ ଖାଉ ନାହାନ୍ତି।

ୱ।ଇଏସଆର କଂଗ୍ରେସର ଏମପିମାନେ ଦଳର ସୁପ୍ରିମୋ ଜଗନ ରେଡ୍ଡୀଙ୍କ କ୍ରୋଧର ଶିକାର ହେବାକୁ ଚାହୁଁ

 

Continue Reading

ରାଜନୀତି

ବଜେପି ପ୍ରାକ୍ତନ ମୁଖପାତ୍ର ରାମ ମାଧବ ଏବେ ବହି ଲେଖୁଛନ୍ତି

Published

on

ନୂଆଦିଲ୍ଲୀ: ବିଜେପିର ପୂର୍ବତନ ଜାତୀୟ ସାଧାରଣ ସମ୍ପାଦକ ରାମ ମାଧବ ବର୍ତମାନ ବହି ଲେଖାରେ ବ୍ୟସ୍ତ। ଜେପି ନଡ୍ଡା ଟିମରୁ ବାଦ।ପଡିବା ପରେ ରାମ ମାଧବ ଆରଏସଏସକୁ ପୂର୍ଣକାଳୀନ ସେବା ପାଇଁ ଫେରି ଆସିଛନ୍ତି। ତେବେ ରାମ ମାଧବ ନିଜକୁ ଲେଖାଲେଖିରେ ନିୟୋଜିତ କରିଛନ୍ତି। ତାଙ୍କର ନୂଆ ବହି ‘ବିକଜ଼ ଇଣ୍ଡିଆ ଫାଷ୍ଟ’ ନିକଟରେ ପ୍ରକାଶିତ ହେବା ପରେ ସେ ବର୍ତମାନ ବିଜେପି ଚିନ୍ତକ ଦୀନଦୟାଲ ଉପାଧ୍ୟୟଙ୍କ ଜୀବନ ଦର୍ଶନକୁ ନେଇ ଏକ ପୁସ୍ତକ ଲେଖିବା ଆରମ୍ଭ କରିଛନ୍ତି। ପୁସ୍ତକରେ ଦୀନଦୟାଲ ଉପାଧ୍ୟାୟଙ୍କୁ ଦେଶର ରାଜନୈତିକ ଏବଂ ସାମାଜିକ କ୍ଷେତ୍ରରେ ଏକ ତୁଙ୍ଗ ନେତା ଭାବେ ଜାତୀୟସ୍ତରରେ ଉପସ୍ଥାପିତ କରିବାକୁ ରାମ ମାଧବ ଉଦ୍ୟମ କରିବେ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions