Connect with us

ଭୁବନେଶ୍ୱର ୩୦/୫ : ନନ୍ଦନକାନରେ ଏକମାତ୍ର ଓରାଙ୍ଗଉଟାନର ବିନିର ମୃତ୍ୟୁ । ଶ୍ୱାସନଳୀ ସଂକ୍ରମଣ ଓ ବୟସାଧିକ୍ୟ କାରଣରୁ ମୃତ୍ୟୁ ହୋଇଥିବା ଜଣାପଡିଛି । ତେବେ କେମିତି ହେଲା ମୃତ୍ୟୁ ସେନେଇ ନନ୍ଦନକାନନ କତୃପକ୍ଷଙ୍କ ପକ୍ଷରୁ ଆସନ୍ତାକାଲି ପୋଷ୍ଟମର୍ଟମ ହେବ ବୋଲି ସୂଚନା ମିଳିଛି । ୨୦୦୩ରେ ପୁଣେ ଚିଡିଆଖାନାରୁ ଏହି ଓରାଙ୍ଗଉଟାନକୁ ନନ୍ଦନକାନନକୁ ଅଣାଯାଇଥିଲ । । ଏହା ପର‌୍ୟ୍ୟଟକଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଥିଲା ।
ଆଖି ବୁଜିଲା ‘ବିନି’। ନନ୍ଦନକାନନ ପ୍ରାଣୀ ଉଦ୍ୟାନର ଏକମାତ୍ର ବିରଳ ପ୍ରଜାତି ଏହି ଓରାଙ୍ଗଓଟାନର ଗତକାଲି ପ୍ରାୟ ୯ଟା ୪୦ ମିନିଟ୍ରେ ମୃତ୍ୟୁ ହୋଇଛି । ବାର୍ଦ୍ଧକ୍ୟ ଜନିତ କାରଣ ଓ ଦୀର୍ଘଦିନ ଧରି ଅସୁସ୍ଥତା ଯୋଗୁ ବିନିର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି । ବିନି ଗଳାରେ ଥିବା ଥଳିରେ ସଂକ୍ରମଣ ଘାଆ ଯୋଗୁ ଗତ ୧ ବର୍ଷ ଧରି ଏହାର ଚିକିତ୍ସା ଚାଲିଥିଲା । ଇଂଲଣ୍ଡ ଓ ସିଙ୍ଗାପୁରର ପ୍ରାଣୀ ଚିକିତ୍ସା ବିଶେଷଜ୍ଞଙ୍କ ପରାମର୍ଶ କ୍ରମେ ଓୟୁଏଟି ପ୍ରାଣୀଚିକିତ୍ସା ବିଶେଷଜ୍ଞମାନେ ଏହାର ଚିକିତ୍ସା କରୁଥିଲେ । ଗତ ତିନିଦିନ ଧରି ଏହାର ସ୍ବାସ୍ଥ୍ୟରେ ଅବନତି ହୋଇଥିଲା । ଥଣ୍ଡା ଜ୍ବର ଓ ନିଃଶ୍ବାସ ପ୍ରଶ୍ବାସରେ ସମସ୍ୟା ହୋଇଥିଲା ।
ଅସୁସ୍ଥତା ଯୋଗୁ ସେ ପ୍ରାଣୀ ଉଦ୍ୟାନର ୬୦ ‘ଖ’ ଖୁଆଡ଼ରେ ଶୋଇ ରହୁଥିଲା । ଓୟୁଏଟିର ପ୍ରଫେସର ନିରଞ୍ଜନ ସାହୁ ଶଲ୍ୟ ବିଭାଗର ମୁଖ୍ୟ ପ୍ରଫେସର ଡ. ଇନ୍ଦ୍ରମଣି ନାଥଙ୍କ ସମେତ ସଦସ୍ୟମାନେ ଆସି ସ୍ବାସ୍ଥ୍ୟ ଅବସ୍ଥା ନୀରିକ୍ଷଣ କରି ଦେଇଥିବା ପରାମର୍ଶ କ୍ରମେ ଚିକିତ୍ସା କାଯାଉଥିଲା । ସମଗ୍ର ଭାରତ ବର୍ଷରେ ଏହି ପ୍ରଜାତି ପ୍ରାଣୀ ଏକମାତ୍ର ‘ବିନି’ କେବଳ ନନ୍ଦନକାନନରେ ରହି ପର‌୍ୟ୍ୟଟକମାନଙ୍କ ପାଇଁ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟି ଥିଲା ।୪୧ ବର୍ଷ ବୟସରେ ତା’ର ମୃତ୍ୟୁ ହୋଇଛି ।

ରାଜ୍ୟ

ଅକ୍ଟୋବର ୨୫ ସରକାରୀ ଛୁଟି ଘୋଷଣା

Published

on

ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ୨୫ ତାରିଖ ମଙ୍ଗଳବାର ଦିନ ସରକାରୀ ଛୁଟି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଉକ୍ତ ଦିନ ସୂର୍ଯ୍ୟ ପରାଗ ପଡୁଥିବାରୁ ଉକ୍ତ ଦିନଟିକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି।

ତଦନୁଯାୟୀ ଅକ୍ଟୋବର ୨୫ ମଂଗଳ ବାର ଦିନ ରାଜ୍ୟର ସମସ୍ତ ସରକାରୀ ଅଫିସ, ସ୍କୁଲ କଲେଜ ଆଦି ସମସ୍ତ ଶିକ୍ଷାନୁଷ୍ଠାନ,ରାଜସ୍ବ ବିଭାଗୀୟ କୋର୍ଟ, ବ୍ୟାଙ୍କ ଏବଂ ଅନ୍ୟ ବ୍ୟାଙ୍କ ଅନୁଷ୍ଠାନ ବନ୍ଦ ରହିବ।

Continue Reading

ରାଜ୍ୟ

ଶ୍ରୀମନ୍ଦିର, ଶ୍ରୀ ଲିଙ୍ଗରାଜ ମନ୍ଦିର,  ମା ସମଲେଇ ମନ୍ଦିର ପରେ ଏବେ ମୁଖ୍ୟମନ୍ତ୍ରୀଙ୍କ ବନ୍ଦନାରେ କଣ୍ଟିଲୋ ନୀଳମାଧବ 

Published

on

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଙ୍କ ନିର୍ଦେଶ କ୍ରମେ ମୁଖ୍ୟମନ୍ତ୍ରୀ ଙ୍କ ସଚିବ (5T) ଶ୍ରୀ ଭି କେ ପାଣ୍ଡିଆନ ଆଜି କଣ୍ଟିଲୋ ନୀଳମାଧଵ ପୀଠ ପରିଦର୍ଶନରେ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ସହ ପୀଠର ଉନ୍ନତି ସମ୍ପର୍କରେ ସ୍ଥାନୀୟ ଲୋକ ଓ ସେବାୟତ ମାନଙ୍କ ସହିତ ଆଲୋଚନା କରିଥିଲେ।

ନୟାଗଡ ଜିଲ୍ଲାର କଣ୍ଟିଲୋ ଏକ ପ୍ରସିଦ୍ଧ ଧାର୍ମିକ ପର୍ଯ୍ୟଟନ ସ୍ଥଳୀ। ମହାନଦୀ କୂଳରେ ନୀଳମାଧଵ ପୀଠର ଶୋଭା ଅତ୍ୟନ୍ତ ମନୋରମ। ସରକାର 5T କାର୍ଯ୍ୟକ୍ରମ ରେ ଏହି ପୀଠର ବିକାଶ କରି ଅଧିକ ପର୍ଯ୍ୟଟକ ଙ୍କୁ ସେଠାକୁ କିପରି ଆକୃଷ୍ଟ କରାଯାଇପାରିବ , ସେ ସମ୍ପର୍କରେ ସରକାର ପଦକ୍ଷେପ ନେଉଛନ୍ତି।

ଏହା ସହିତ ଏଠାକୁ ଆସୁଥିବା ଭକ୍ତ ମାନଙ୍କ ସୁବିଧା ପାଇଁ ମଧ୍ୟ ବିଭିନ୍ନ ସୁବିଧା ସୁଯୋଗ ର ବିକାଶ କରାଯିବ।

ଏଥି ନିମନ୍ତେ ଖୁଵ ଶୀଘ୍ର ଏକ ମାଷ୍ଟର ପ୍ଲାନ କରାଯାଇ ମୁଖ୍ୟମନ୍ତ୍ରୀ ଙ୍କ ଅନୁମୋଦନ ନିମନ୍ତେ ଉପସ୍ଥାପନ କରାଯିବ ବୋଲି ଜଣା ଯାଇଛି।

ଏଥି ପାଇଁ ପୂର୍ତ୍ତ ବିଭାଗ କୁ ଦାଇତ୍ୱ ଦିଆଯାଇଛି.ଏହି କାର୍ଯ୍ୟକ୍ରମ ର ସଫଳ କାର୍ଯ୍ୟକାରିତା ପାଇଁ ସମସ୍ତଙ୍କ ସହଯୋଗ କାମନା କରାଯାଇଥିଲା।

ଏହି ପରଦର୍ଶନ ସମୟରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଶ୍ରୀ ବି. ବି ଯାଦବ , ନୟାଗଡ ଜିଲ୍ଲାପାଳ ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Continue Reading

ରାଜ୍ୟ

୧୦୩ କୋଟି ଭୁବନେଶ୍ବର ଏକାମ୍ର ଅଞ୍ଚଳ ବିକାଶ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

Published

on

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭୁବନେଶ୍ବରର ଏକାମ୍ର ଅଞ୍ଚଳରେ ୧୦୩ କୋଟି ଟଙ୍କା ବିନିଯୋଗରେ ୧୩ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏଥିରେ ଏକାମ୍ର ଅଞ୍ଚଳର ବିକାଶ ପାଇଁ ପୁରୁଣା ଭୁବନେଶ୍ବରରେ ୨୪ ଘଣ୍ଟିଆ ଗୁଣାତ୍ମକ ପାନୀୟ ଜଳ ଯୋଗାଣ, ଧଉଳି ଶାନ୍ତିସ୍ତୂପର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ, କେଦାରଗୌରୀ ପାଣିର ବିଶୁଦ୍ଧକରଣ ଆଦି ଅନେକ ଗୁରୁତ୍ବପର୍ଣ୍ଣ ପ୍ରକଳ୍ପ ଆରମ୍ଭ କରାଯାଇଛି ।

ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଲିଙ୍ଗରାଜ ଅଞ୍ଚଳକୁ ସୁନ୍ଦର କରି ଗଢିତୋଳିବା ପାଇଁ ଏକାମ୍ର ଯୋଜନା ଜନସାଧାରଣଙ୍କ ସହଯୋଗରେ ଆରମ୍ଭ କରାଯାଇଛି । ଏହା ଶେଷ ହେଲେ ଭୁବନେଶ୍ବରର ଗରିମା ଆହୁରି ବୃଦ୍ଧି ପାଇବ । ପୁରୀରେ ୨୪ ଘଣ୍ଟିଆ ଡ୍ରିଙ୍କ ଫ୍ରମ୍ ଟ୍ୟାପର ଉଦାହରଣ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ବର୍ତ୍ତମାନ ପୁରୀର ଜନସାଧାରଣ ସଂପୁର୍ଣ୍ଣ ବିଶୁଦ୍ଧ ଜଳ ପାଇପାରୁଛନ୍ତି । ବର୍ତ୍ତମାନ ପୁରୁଣା ଭୁବନେଶ୍ବରର ଜନସାଧାରଣ ମଧ୍ୟ ଏହି ସୁବିଧା ପାଇବେ ।

ବିକାଶ ଓ କଲ୍ୟାଣ ସରକାରଙ୍କର ମୁଖ୍ୟ ପରିଚୟ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ ରାଜ୍ୟର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଉପରେ ଆଲୋକପାତ କରିଥିଲେ । ଏହା ଦେଶର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଏକ ବିପ୍ଳବ ଆଣିଛି ବୋଲି ସେ କହିଥିଲେ ।

ଏହି କାର୍ଯ୍ୟକ୍ରମରେ ପୂର୍ତ୍ତମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ ମଲ୍ଲିକ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା, ଜଳସେଚନ ଏବଂ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ ଏବଂ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା ପ୍ରମୁଖ ଯୋଗ ଦେଇ ରାଜ୍ୟର ବିକାଶରେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଦୃଢ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ । ଓଡିଶାର ବିକାଶ ପାଇଁ ଯେଉଁ ସବୁ ପଦକ୍ଷେପ ନିଆଯାଇଛି ଓ ଯୋଜନା କରାଯାଇଛି, ତାକୁ ଆନ୍ତର୍ଜାତିକ ସ୍ତରର ସ୍ବୀକୃତି ମିଳିଛି ବୋଲି ସେମାନେ କହିଥିଲେ ।

ଆଜି ଆରମ୍ଭ ହୋଇଥିବା ପ୍ରକଳ୍ପ ଗୁଡିକ ହେଉଛି – ଏକାମ୍ର ଅଞ୍ଚଳରେ ୨୪ ଘଣ୍ଟିଆ ବିଶୁଦ୍ଧ ଜଳଯୋଗାଣ (Drink From Tap), ବରମୁଣ୍ଡା ହାଉସିଂବୋର୍ଡ କଲୋନୀ ଓ ଜଗନ୍ନାଥ ବିହାର ଅଞ୍ଚଳରେ ୨୪ ଘଣ୍ଟିଆ ପାନୀୟ ଜଳଯୋଗାଣ, କପିଳେଶ୍ବରରେ ଗଙ୍ଗୁଆ ବାମପାର୍ଶ୍ବ କେନାଲ ବନ୍ଧରେ ଦୁଇ ଲେନ୍‌ ବିଶିଷ୍ଟ ରାସ୍ତା, କେଦାରଗୌରୀ ମନ୍ଦିରରୁ ଅପରିସ୍କୃତ ଜଳ ନିଷ୍କାସନ ପାଇଁ ଭୁବନେଶ୍ବର-ପୁରୀ ରୋଡ୍‌ରେ ବକ୍‌ସ କଲ୍‌ଭଟ, ଲିଙ୍ଗିପୁର ଇନ୍ଦିରା କଲୋନୀରେ ପାଇପ ପାଣି ବ୍ୟବସ୍ଥା, ଲିଙ୍ଗରାଜ ଓ ଗୋଖିବାବା ଅଞ୍ଚଳର କୁଷ୍ଠ କଲୋନୀର ବାସିନ୍ଦା ମାନଙ୍କର ଥଇଥାନ, ସମ୍‌ ହସ୍‌ପିଟାଲ ରାସ୍ତାର ଆଲୋକୀକରଣ , ଧଉଳି ଶାନ୍ତିସ୍ତୂପର ସୌନ୍ଦର୍ଯ୍ୟକରଣ, ଦୟା ପଶ୍ଚିମ କେନାଲ ଉପରେ ସେତୁ ନିର୍ମାଣ, ଦୟା ଦକ୍ଷିଣ ବନ୍ଧ ଉପରେ ରାସ୍ତା ନିର୍ମାଣ, କୂଆଖାଇ ଦକ୍ଷିଣବନ୍ଧର ପୁନରୁଦ୍ଧାର, ଦୟା ନଦୀ ଦକ୍ଷିଣ ବନ୍ଧର ସୁଦୃଢୀକରଣ ଓ ଉନ୍ନତିକରଣ ।

ଏହି କାର୍ଯ୍ୟକ୍ରମରେ ବି.ଏମ.ସି କମିଶନର ଶ୍ରୀ ସଂଜୟ ସିଂହ, ଖୋର୍ଦ୍ଧା ଜିଲ୍ଲାପାଳ ଓ ଅନ୍ୟାନ୍ୟ ଅଧିକାରୀମାନେ ଯୋଗ ଦେଇଥିଲେ ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions