Connect with us

ଭୁବନେଶ୍ୱର ୧୦/୬ : ନିର୍ବାଚନରେ କଂଗ୍ରେସର ଖରାପ ପ୍ରଦର୍ଶନ ନେଇ ପ୍ରଦେଶ କଂଗ୍ରେସ କମିଟିର ତଥ୍ୟ ଅନୁସନ୍ଧାନ କମିଟି ଅଧ୍ୟକ୍ଷ ନରସିଂହ ମିଶ୍ର ୩ ଜଣିଆ ସଦସ୍ୟ ବିଶିଷ୍ଟ ୬ଟି ସବ କମିଟି ଗଠନ କରିଛନ୍ତି। ପ୍ରତ୍ୟେକ ସବକମିଟିରେ ଜଣେ ଲେଖାଏଁ ଆବାହକ ରହିଥିବାବେଳେ ଦୁଇଜଣ ସଦସ୍ୟ ଅଛନ୍ତି।
ସବକମିଟି-୧ରେ ସାନଖେମୁଣ୍ଡି ବିଧାୟକ ରମେଶ ଜେନା ଆବାହକ ରହିଥିବାବେଳେ ପିସିସି ଉପସଭାପତି ଯଜ୍ଞେଶ୍ବର ବାବୁ ଓ ଉସଭାପତି ଆର‌୍ୟ୍ୟ କୁମାର ଜ୍ଞାନେନ୍ଦ୍ର ସଦସ୍ୟ ଅଛନ୍ତି। ଏହି ସବ କମିଟି ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା ଓ ଗଜପତି ଜିଲ୍ଲା ଗସ୍ତକରି ବିଧାନସଭା ନିର୍ବାଚନ ମଣ୍ଡଳୀ ଓ ଲୋକସଭା ନିର୍ବାଚନ ମଣ୍ଡଳୀର ବରିଷ୍ଠ କଂଗ୍ରେସ ନେତୃମଣ୍ଡଳୀ, କର୍ମୀ, ଛାମୁଆ ସଂଗଠନର କର୍ମକର୍ତ୍ତା, ବିଭାଗ ଓ ପ୍ରକୋଷ୍ଠର କର୍ମକର୍ତ୍ତା, ବିଭିନ୍ନ ବର୍ଗର ଜନସାଧାରଣଙ୍କ ସହ ଆଲୋଚନା କରି ପରାଜୟର କାରଣ ସଂଗ୍ରହ କରି ଅଧ୍ୟକ୍ଷ ଶ୍ରୀ ମିଶ୍ରଙ୍କୁ ଚଳିତ ମାସ ୩୦ ତାରିଖ ପୂର୍ବରୁ ରିପୋର୍ଟ ପ୍ରଦାନ କରିବ। ସେହିପରି ସବକମିଟି-୨ରେ ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମ ଆବାହକ ଦାୟିତ୍ବ ତୁଲାଇବା ସହ ବରିଷ୍ଠ କଂଗ୍ରେସ ନେତା ଗଣେଶ୍ବର ବେହେରା ଓ ରାଜ୍ୟ ମହିଳା କଂଗ୍ରେସର କାର‌୍ୟ୍ୟକାରୀ ସଭାନେତ୍ରୀ ବନ୍ଦିତା ପରିଡ଼ାଙ୍କୁ ସଦସ୍ୟ ଦାୟିତ୍ବ ପ୍ରଦାନ କରାଯାଇଛି। ଏହି ସବକମିଟି ଗଞ୍ଜାମ, ପୁରୀ, କନ୍ଧମାଳ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲା ଗସ୍ତ କରି ତଥ୍ୟ ସଂଗ୍ରହ କରିବ।
ସବକମିଟି-୩ରେ ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି ଆବାହକ ଥିବାବେଳେ ପୂର୍ବତନ ବିଧାୟକ ଭୁଜବଳ ମାଝୀ ଓ ପିସିସି ଉପସଭାପତି ଶିବାନନ୍ଦ ରାୟ ସଦସ୍ୟ ଅଛନ୍ତି। ତିନି ନମ୍ବର ସବକମିଟି କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ସୋନପୁର ଓ ବୌଦ୍ଧ ଜିଲ୍ଲା ଗସ୍ତ କରି ପରାଜୟର କାରଣ ଖୋଜିବ। ସବକମିଟି-୪ରେ ପୂର୍ବତନ ବିଧାୟକ ଜର୍ଜ ତିର୍କିଙ୍କୁ ଆବାହକ ନିଯୁକ୍ତ କରାଯାଇଛି। ଏହାସହିତ ଏହି କମିଟିରେ ସଦସ୍ୟ ଦାୟିତ୍ବ ତୁଲାଇବେ କଂଗ୍ରେସ ନେତା ସତ୍ୟଶିବ ଦାସ ଓ ପିସିସି ସାଧାରଣ ସମ୍ପାଦକ ଜ୍ଞାନଦେବ ବେହୁରା। କମିଟି ଖୁବଶୀଘ୍ର ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ ଓ ଝାରସୁଗୁଡ଼ା ଜିଲ୍ଲା ଗସ୍ତ କରିବ।
ସବକମିଟି-୫ରେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂହ ସାଲୁଜାଙ୍କୁ ଆବାହକ ଦାୟିତ୍ବ ପ୍ରଦାନ କରାଯାଇଛି। ଏହି ସବକମିଟିର ସଦସ୍ୟ ଭାବେ ବରିଷ୍ଠ କଂଗ୍ରେସ ନେତା ବଟକୃଷ୍ଣ ତ୍ରିପାଠୀ ଓ ଭଦ୍ରକ ଜିଲ୍ଲା କଂଗ୍ରେସ କାର‌୍ୟ୍ୟକାରୀ ସଭାପତି ନଳିନୀକାନ୍ତ ମହାନ୍ତି ସଦସ୍ୟ ଭାବେ କାର‌୍ୟ୍ୟ କରିବେ। କଂଗ୍ରେସର ପରାଜୟ କାରଣ ଜାଣିବାକୁ ଏହି ସବକମିଟି ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଜିଲ୍ଲା ଗସ୍ତ କରିବ। ସେହିପରି ସବକମିଟି-୬ରେ ବରିଷ୍ଠ କଂଗ୍ରେସ ନେତା ତଥା ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ଆବାହକ ଥିବାବେଳେ ପିସିସି ଉପସଭାପତି ସସ୍ମିତା ବେହେରା ଓ ପିସିସି ଗଣମାଧ୍ୟମ ବିଭାଗ ଅଧ୍ୟକ୍ଷ ସତ୍ୟ ପ୍ରକାଶ ନାୟକ ସଦସ୍ୟ ଅଛନ୍ତି।

Nation

ଯୋଗୀଙ୍କୁ ମିଳୁନି ମୋଦିଙ୍କ ଦେଖା

Published

on

ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନ ଅଭିମୁଖୀ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଅଦିତ୍ୟନାଥଙ୍କୁ ମିଳୁନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦେଖା।

ଗତ ମାସରେ ପ୍ରଧାନମନ୍ତ୍ରୀଙ୍କୁ ଏକା ଏକା ଭେଟିବା ପାଇଁ ଯୋଗୀ ଅତି କମରେ ତିନି ତିନି ଥର ଅନୁରୋଧ କରିଥିଲେ ମଧ୍ୟ ତାଙ୍କୁ ସେ ସୁଯୋଗ ମିଳି ନଥିଲା।

ରାଜ୍ୟ ମନ୍ତ୍ରମଣ୍ଡଳରେ କଂଗ୍ରେସରୁ ଆସି ବିଜେପିରେ ଯୋଗ ଦେଇଥିବା ଜିତିନ ପ୍ରସାଦ ଏବଂ ସଞ୍ଜୟ ନିଷ।ଦଙ୍କୁ ସାମିଲ କରିବା ସମ୍ପର୍କରେ ଆଲୋଚନା ପାଇଁ ଯୋଗୀ ମୋଦିଙ୍କୁ ଏକା ଏକା ଭେଟିବାକୁ ଚାହୁଁଥିଲେ।

ସେ ଯାହା ହେଉ ଯୋଗୀ ମନ୍ତ୍ରିମଣ୍ଡଳର ସଂପ୍ରସାରଣ କରି ଏହି ଦୁଇ ନେତାଙ୍କୁ ଏବେ ମନ୍ତ୍ରୀ କରିଛନ୍ତି।

Continue Reading

ରାଜନୀତି

ୱ।ଇଏସଆର କଂଗ୍ରେସ ଏମପି କ୍ରିଷ୍ଣ ରାଜୁ ଏବେ ଅଛୁଆଁ

Published

on

ନୂଆଦିଲ୍ଲୀ: ୱ।ଏସ ଆର କଂଗ୍ରେସର ଅସନ୍ତୁଷ୍ଟ ନେତା କେ ରଘୁ ରାମ କ୍ରିଷ୍ଣ ରାଜୁ ଏବେ ଦଳରେ ଅଛୁଆଁ ହୋଇ ପଡିଛନ୍ତି। ଏପରିକି ତାଂକ ହାତରୁ ଖାଇବାକୁ ମଧ୍ୟ ଦଳୀୟ ନେତାମାନେ ସଂକୋଚ ବୋଧ କରୁଛନ୍ତି। ଦଳର ନେତାମାନେ ତାଂକ ସହିତ କଥା ବି ହେଉ ନାହାନ୍ତି।

ଅତ୍ୟନ୍ତ ମେଳାପୀ ରାଜୁ ଆଗରୁ ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ନିଜ ଦଳର, ଶାସକ ଦଳର ଏବଂ ବିରୋଧୀ ଦଳର ଏମପିମାନକୁ ମିଠା ଜଳଖିଆ ଖୁଆଇ ରାଜୁ ବେଶ ଲୋକପ୍ରିୟ ଥିଲେ।

ହେଲେ ଆଜିକାଲି ପାର୍ଲିଆମେଣ୍ଟର ସେଣ୍ଟ୍ରାଲ ହଲରେ ତାଙ୍କ ମିଠା ଜଳଖିଆ ଆଉ ୱ।ଇଏସଆର କଂଗ୍ରେସ ଏମପିମାନେ ଖାଉ ନାହାନ୍ତି।

ୱ।ଇଏସଆର କଂଗ୍ରେସର ଏମପିମାନେ ଦଳର ସୁପ୍ରିମୋ ଜଗନ ରେଡ୍ଡୀଙ୍କ କ୍ରୋଧର ଶିକାର ହେବାକୁ ଚାହୁଁ

 

Continue Reading

ରାଜନୀତି

ବଜେପି ପ୍ରାକ୍ତନ ମୁଖପାତ୍ର ରାମ ମାଧବ ଏବେ ବହି ଲେଖୁଛନ୍ତି

Published

on

ନୂଆଦିଲ୍ଲୀ: ବିଜେପିର ପୂର୍ବତନ ଜାତୀୟ ସାଧାରଣ ସମ୍ପାଦକ ରାମ ମାଧବ ବର୍ତମାନ ବହି ଲେଖାରେ ବ୍ୟସ୍ତ। ଜେପି ନଡ୍ଡା ଟିମରୁ ବାଦ।ପଡିବା ପରେ ରାମ ମାଧବ ଆରଏସଏସକୁ ପୂର୍ଣକାଳୀନ ସେବା ପାଇଁ ଫେରି ଆସିଛନ୍ତି। ତେବେ ରାମ ମାଧବ ନିଜକୁ ଲେଖାଲେଖିରେ ନିୟୋଜିତ କରିଛନ୍ତି। ତାଙ୍କର ନୂଆ ବହି ‘ବିକଜ଼ ଇଣ୍ଡିଆ ଫାଷ୍ଟ’ ନିକଟରେ ପ୍ରକାଶିତ ହେବା ପରେ ସେ ବର୍ତମାନ ବିଜେପି ଚିନ୍ତକ ଦୀନଦୟାଲ ଉପାଧ୍ୟୟଙ୍କ ଜୀବନ ଦର୍ଶନକୁ ନେଇ ଏକ ପୁସ୍ତକ ଲେଖିବା ଆରମ୍ଭ କରିଛନ୍ତି। ପୁସ୍ତକରେ ଦୀନଦୟାଲ ଉପାଧ୍ୟାୟଙ୍କୁ ଦେଶର ରାଜନୈତିକ ଏବଂ ସାମାଜିକ କ୍ଷେତ୍ରରେ ଏକ ତୁଙ୍ଗ ନେତା ଭାବେ ଜାତୀୟସ୍ତରରେ ଉପସ୍ଥାପିତ କରିବାକୁ ରାମ ମାଧବ ଉଦ୍ୟମ କରିବେ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions